Skip to main content

୧୦ କୋଟି ନିଯୁକ୍ତି ଉପରେ କଳାବାଦଲ

ନୂଆଦିଲ୍ଲୀ,୩୦।୭: କରୋନା ଯୋଗୁ ଭାରତୀୟ ବଜାର କ୍ଷତିଗ୍ରସ୍ତ ହୋଇଛି। ନିଯୁକ୍ତି ଉପରେ ଏହା ପ୍ରତ୍ୟକ୍ଷ ଭାବେ ପ୍ରଭାବ ପକାଇଛି। ସାଧାରଣତଃ ଦେଶର ସଙ୍ଗଠିତ କ୍ଷେତ୍ରରେ ବହୁ କମ୍‌ ଲୋକ କାମ କରିଥାନ୍ତି। ଅଣସଙ୍ଗଠିତ କ୍ଷେତ୍ର ଅନେକ ଲୋକଙ୍କୁ କାମ କରିବାର ସୁଯୋଗ ପ୍ରଦାନ କରୁଥିବା ବେଳେ ଅର୍ଥ ବ୍ୟବସ୍ଥାକୁ ଏହି କ୍ଷେତ୍ରର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଛି। ଦେଶର ଅଣୁ କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକରେ ଉଭୟ ସଙ୍ଗଠିତ ଏବଂ ଅଣସଙ୍ଗଠିତ ଉଭୟ ଶ୍ରମଶକ୍ତିକୁ ନିଯୁକ୍ତି ପ୍ରଦାନ କରିଥାଏ। ଏହି କ୍ଷେତ୍ର ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏହି କ୍ଷେତ୍ରରେ କାମ କରୁଥିବା ୧୦୦ ନିୟୁତ ବା ୧୦ କୋଟି ନିଯୁକ୍ତି ଉପରେ ବର୍ତ୍ତମାନ କଳାବାଦଲ ଛାଇ ହୋଇ ରହିଛି। ଉକ୍ତ କ୍ଷେତ୍ରକୁ ସମୟ ପୂର୍ବରୁ ବଞ୍ଚାଇବା ଲାଗି ସରକାର ହସ୍ତକ୍ଷେପ କରିବାର ଆବଶ୍ୟକତା ରହିଛି ବୋଲି ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ବାଣିଜ୍ୟ ସଂକ୍ରାନ୍ତ ପାର୍ଲାମେଣ୍ଟର ଷ୍ଟାଣ୍ଡିଂ କମିଟି ସାମ୍ନାରେ ପ୍ରେଜେଣ୍ଟେଶନ ରଖିଛନ୍ତି।
ଅଧିକାରୀ ଜଣକ କହିଛନ୍ତି, କରୋନା ଯୋଗୁ ଟ୍ରାଭେଲ ଏବଂ ଟୁରିଜମ୍‌ ଶିଳ୍ପ ଉପରେ ସଙ୍କଟ ସ୍ଥିତି ଉପୁଜିଛି। ଏହି କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ଚାକିରି ଚାଲିଯାଇଛି। ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ ଟ୍ରାକ୍‌କୁ ଫେରାଇ ଆଣିବା ଲାଗି ଅଧିକାରୀ ମାନେ ସରକାରଙ୍କୁ କେତେକ ପ୍ରସ୍ତାବ ଦେଇଛନ୍ତି। ପେମେଣ୍ଟ ନିୟମକୁ ସରଳ କରିବା, ଇଣ୍ଟରେଷ୍ଟ ଏବଂ ପ୍ରିମିୟମ ପେମେଣ୍ଟକୁ ଗୋଟିଏ ବର୍ଷ ଲାଗି ଟାଳିବା, ବାତିଲ ହୋଇଥିବା ଟୁର୍‌ ପ୍ରୋଗ୍ରାମ ଉପରେ ଜିଏସ୍‌ଟି ଫେରସ୍ତ ଭଳି ଅନ୍ୟ ପଦକ୍ଷେପ ସରକାର ହାତକୁ ନିଅନ୍ତୁ ବୋଲି ପ୍ରସ୍ତାବରେ କୁହାଯାଇଛି। ଏମ୍‌ଏସ୍‌ଏମ୍‌ଇଗୁଡିକୁ ସହାୟତା କରିବା ଲାଗି ସରକାର ଆତ୍ମନିର୍ଭର ଭାରତ ପ୍ୟାକେଜରେ ୩ ଲକ୍ଷ କୋଟି ଟଙ୍କାର ଋଣ ସହାୟତା ଘୋଷଣା କରିଛନ୍ତି।
ଅଧିକାରୀ ପୁଣି କହିଛନ୍ତି ଯେ, ଦେଶର ଦେଖାଯାଇଥିବା ମୋଟ କରୋନା ମାମଲା ମଧ୍ୟରୁ ୫୦% ସଂକ୍ରମଣ ୭୨% ଶିଳ୍ପ ଉତ୍ପାଦନ ହେଉଥିବା ସ୍ଥାନଗୁଡିକରେ ଦେଖାଯାଉଛି। ଫଳରେ ଶିଳ୍ପ ଉତ୍ପାଦନ ଉପରେ ଏହାର ପ୍ରତ୍ୟକ୍ଷ ପ୍ରଭାବ ପଡିଛି। କରୋନା ପୂର୍ବରୁ ଭାରତୀୟ ଅର୍ଥ ବ୍ୟବସ୍ଥା ମାନ୍ଦାବସ୍ଥା ସହ ଜୁଝୁଛି। ବହୁ ପୂର୍ବରୁ ଜିଡିପିରେ ହ୍ରାସ ହେଉଥିବା ଦେଖାଯାଇଛି। ଆମେରିକା, ଚାଇନା ଏବଂ ୟୁରୋପରେ ବାଣିଜ୍ୟ ଆଧାରରେ ଭାରତୀୟ ଅର୍ଥ ବ୍ୟବସ୍ଥାରେ ନିବେଶ ନିର୍ଭର କରୁଛି। ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂସଦୀୟ କମିଟିକୁ କୁହାଯାଇଛି ଯେ, ଗତ କିଛି ତ୍ରୈମାସ ଧରି ଭାରତୀୟ ଅର୍ଥ ବ୍ୟବସ୍ଥାରେ ଲଗାତର ହ୍ରାସ ଦେଖାଯାଉଛି। କରୋନା ପୂର୍ବ ସମୟରେ ମଧ୍ୟ ମାନ୍ଦାବସ୍ଥା ସମ୍ପର୍କରେ ଜୋର୍‌ଦାର ଚର୍ଚ୍ଚା ଆରମ୍ଭ ହୋଇଥିଲା। କରୋନା ଯୋଗୁ ଅର୍ଥ ବ୍ୟବସ୍ଥା ଅକଳରେ ପଡ଼ିଯାଇଛି। ଯେତେ ଶୀଘ୍ର ଏହି ରୋଗର ଟିକା ଆସିବ ସଂକ୍ରମଣକୁ ରୋକିବା ଦିଗରେ ଏହା ସହାୟକ ହୋଇପାରିବ ବୋଲି ବଜାର ବିଶେଷଜ୍ଞ ମତ ପ୍ରକାଶ କରିଛନ୍ତି।

The post ୧୦ କୋଟି ନିଯୁକ୍ତି ଉପରେ କଳାବାଦଲ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ...