Skip to main content

ଋଣ ସୁଝି ପାରିଲେନି ଅନିଲ ଅମ୍ବାନୀ; ଗ୍ରୁପ ମୁଖ୍ୟାଳୟକୁ କବ୍‌ଜା କଲା ବ୍ୟାଙ୍କ

ମୁମ୍ବାଇ,୩୧।୭ : ୟେସ୍‌ ବ୍ୟାଙ୍କରୁ ଆଣିଥିବା ଋଣ ଅନିଲ ଅମ୍ବାନୀ ଶୁଝିବାକୁ ସକ୍ଷମ ହୋଇ ନ ହେବାରୁ ତାଙ୍କ କମ୍ପାନୀର ମୁ୍‌ମ୍ବାଇ କାର୍ଯ୍ୟାଳୟକୁ ବ୍ୟାଙ୍କ ପକ୍ଷରୁ କବ୍‌ଜା କରାଯାଇଛି। ଅନିଲ ଧୀରୁ ଭାଇ ଅମ୍ବାନୀ ଗ୍ରୁପର ମୁଖ୍ୟ କାର୍ଯ୍ୟାଳୟ କୁହାଯାଉଥିବା ରିଲାଏନ୍ସ ସେଣ୍ଟରକୁ ୟେସ୍‌ ବ୍ୟାଙ୍କ ନିଜ ଅକ୍ତିଆରକୁ ନେଇଥିବା ଜଣାପଡିଛି। ସର୍‌ଫାଏସି ଆଇନ ଅନୁସାରେ ୨୨ ଜୁଲାଇରେ ଏହି ବିଲଡିଂକୁ ବ୍ୟାଙ୍କ ନିଜ ଅଧିନକୁ ନେଇଛି। ଦକ୍ଷିଣ ମୁମ୍ବାଇ ସାନ୍ତାକ୍ରୁଜର ରହିଥିବା ପ୍ରାୟ ୨୧,୪୩୨ ବର୍ଗ ମିଟର ଏରିଆରେ ଥିବା କାର୍ଯ୍ୟାଳୟ ଏବଂ ନାଗିନ ମହଲରେ ଦୁଇ ମହଲା କୋଠାକୁ ବ୍ୟାଙ୍କ ନିଜ ଅଧୀନକୁ ନେଇଥିବା ବୁଧବାର ଏକ ଇଂରାଜୀ ଖବରକାଗଜରେ ବିଜ୍ଞାପନ ଦିଆଯାଇଛି। ଅନୀଲ ୨୮୯୨ କୋଟି ଟଙ୍କା ପଇଠ କରିବାକୁ ସକ୍ଷମ ନ ହେବାରୁ ବ୍ୟାଙ୍କ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅନିଲ ଅମ୍ବାନୀଙ୍କ ଗ୍ରୁପ ଉପରେ ୟେସ୍‌ ବ୍ୟାଙ୍କର ମୋଟ୍‌ ୧୨ ହଜାର କୋଟି ଟଙ୍କାର ଋଣ ରହିଥିବା ଜଣାପଡିଛି।

The post ଋଣ ସୁଝି ପାରିଲେନି ଅନିଲ ଅମ୍ବାନୀ; ଗ୍ରୁପ ମୁଖ୍ୟାଳୟକୁ କବ୍‌ଜା କଲା ବ୍ୟାଙ୍କ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...