Skip to main content

ସଂକ୍ରମିତ ସେବାୟତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୩୦ା୯ :କରୋନା ସଂକ୍ରମିତ ସେବାୟତ କିମ୍ବା କର୍ମଚାରୀ କେହି ବି ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ନାହିିଁ। ଯଦି କେହି ଏହାକୁ ଅବମାନନା କରନ୍ତି ତେବେ ତାଙ୍କ ବିରୋଧରେ ଏତଲା ଦିଆଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି।
ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ ଉନ୍ନୟନ ପ୍ରଶାସକ ଜେନା କହିଛନ୍ତି, ପଜିଟିଭ ଚିହ୍ନଟ ହେବା ପରେ ବି ସେବାୟତ ଓ କର୍ମଚାରୀ ମନ୍ଦିର ଭିତରକୁ ଯାଉଥିବା ଅଭିଯୋଗ ଶୁଣିବାକୁ ମିଳୁଛି। ଏହାକୁ ଗୁରୁତ୍ୱର ସହ ନିଆଯାଇଛି। ସମ୍ପ୍ରତି ସେବାୟତଙ୍କ ମଧ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ତାହାକୁ ରୋକିବା ଲାଗି ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ଶ୍ରୀମନ୍ଦିର ସେବାୟତ ଓ କର୍ମଚାରୀଙ୍କୁ କୋଭିଡ୍‌ କଟକଣା ପାଳନ କରିବା ଲାଗି କଡ଼ାକଡ଼ି ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ନିୟମ ମାନିବେ ନାହିିଁ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସଂକ୍ରମଣ ଯେପରି ନ ବ୍ୟାପିବ ସେଥିଲାଗି ପଜିଟିଭ ଚିହ୍ନଟ ସେବାୟତ ଏବଂ କର୍ମଚାରୀଙ୍କ ରିପୋର୍ଟ ମନ୍ଦିର କମାଣ୍ଡରଙ୍କୁ ଦିଆଯାଇଛି। ସେ ଜେଟିପିଙ୍କ ସହାୟତାରେ ଏହା ଉପରେ କଡ଼ା ନଜର ରଖିବେ। କୌଣସି ସଂକ୍ରମିତ ଶ୍ରୀମନ୍ଦିର ପରିସରକୁ ପ୍ରବେଶ କଲେ ତାଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବ। ଅନ୍ୟପକ୍ଷରେ ଯେଉଁଦିନ ଯିଏ ସଂକ୍ରମିତ ଜଣାପଡ଼ିିବେ ସେବେଠାରୁ ୧୭ ଦିନ ଘରେ କିମ୍ବା ପ୍ରଶାସନର ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟରରେ ଆଇସୋଲେଶନରେ ରହିବେ। ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ଶ୍ରୀମନ୍ଦିରକୁ ପାନ, ଗୁଟ୍‌ଖା ଖାଇ ଯିବା ଉପରେ ପୂର୍ବରୁ କଟକଣା ରହିଛି। ତଥାପି ଏହାକୁ ଅବମାନନା କରାଯାଉଛି। ଏଣିକି ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ପାନ, ଗୁଟ୍‌ଖା ଖାଇ ମନ୍ଦିର ଭିତରେ ଛେପ ପକାଇଲେ ପ୍ରଥମ ଓ ଦ୍ୱିତୀୟ ଥର ୧ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ ହେବ। ସେହି ବ୍ୟକ୍ତି ଯଦି ତୃତୀୟ ଥର ବା ଏହା ପରଠାରୁ ଯେତେଥର ଧରାପଡ଼ନ୍ତି ପ୍ରତ୍ୟେକ ଥର ତାଙ୍କଠାରୁ ୫ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ କରାଯିବ। ଜେଟିପିମାନଙ୍କୁ ଏହା ଉପରେ ନଜର ରଖିବା ଲାଗି କୁହାଯାଇଛି। ଶ୍ରୀମନ୍ଦିର ପରିସରରେ କୋଭିଡ୍‌ କଟକଣା ପାଳନ ନେଇ ପ୍ରତିଦିନ ଅନୁଧ୍ୟାନ କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ୩ଜଣ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ ଏବଂ ରାଜସ୍ବ ଉପପ୍ରଶାସକ ରୋଟେଶନ ଭିତ୍ତିରେ ପ୍ରତିଦିନ ମନ୍ଦିରକୁ ଯାଇ ଏହାର ତଦାରଖ କରିବେ। ସେହିପରି ସମସ୍ତେ ଠିକ୍‌ ଭାବେ ମାସ୍କ ପିନ୍ଧିବା ଲାଗି ବାଧ୍ୟତାମୂଳକ କରାଯାଇଛି। ସଚେତନତା ଲାଗି ଶ୍ରୀମନ୍ଦିର ଚାରିଦ୍ୱାରରେ ଫ୍ଲୋକ୍ସ ଲଗାଯିବ ବୋଲି ଜେନା କହିଛନ୍ତି।
ସୂଚନାଥାଉ କି, ବର୍ତ୍ତମାନ ସୁଦ୍ଧା ୪୫୦ରୁ ଊର୍ଦ୍ଧ୍ୱ ଶ୍ରୀମନ୍ଦିରର ସେବାୟତ ଏବଂ କର୍ମଚାରୀ କରୋନା ସଂକ୍ରମିତ ହୋଇସାରିଲେଣି। ଯେଉଁଥିରେ ପ୍ରାୟ ୪୦୦ ସେବାୟତ ରହିଛନ୍ତି। ସେବାୟତ ଓ ତାଙ୍କ ପରିବାର ସଦସ୍ୟ ଅଧିକ ସଂଖ୍ୟାରେ ଆକ୍ରାନ୍ତ ହେଉଥିବାରୁ ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ହେବା ଆଶଙ୍କା କରି ଏହିସବୁ ନିଷ୍ପତ୍ତି ନିଆଯାଇଛି।

The post ସଂକ୍ରମିତ ସେବାୟତଙ୍କୁ ଶ୍ରୀମନ୍ଦିର ମନା appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଦିନ କେଇଟାରେ ବଦଳିଗଲା ଭାଗ୍ୟ: ରେଷ୍ଟୁରାଣ୍ଟ ପାଲଟିଲା ‘ବାବା କା ଢ଼ାବା’

ଆଜିର ଅତ୍ୟାଧୁନିକ ଯୁଗରେ ସବୁଠାରୁ ବଡ଼ ଅସ୍ତ୍ର ପାଲଟିଛି ସୋସିଆଲ ମିଡିଆ। ଅନେକ ଏଥିଯୋଗୁ ରାତାରାତି ଷ୍ଟାର ପାଲଟୁଥିବା ବେଳେ ଏହା ଅନେକଙ୍କ ଜୀବନ ବଦଳାଇ ଦେଉଛି। କିଛିଦିନ ତଳେ ଏହି ସୋସିଆଲ ମିଡିଆରେ ଏକ ଢ଼ାବା ବେଶ୍‌ ଭାଇରାଲ ହୋଇଥିଲା,ଯାହାର ନାମ ଥିଲା ‘ବାବା କା ଢ଼ାବା’। ଏବେ ଏହା ରେଷ୍ଟୁରାଣ୍ଟରେ ପରିଣତ ହୋଇଛି। ୮୦ ବର୍ଷୀୟ ମାଲିକ କାନ୍ତା ପ୍ରସାଦ ନିଜ ପୁରୁଣା ଦୋକାନ ପାଖରେ ନୂଆ ରେଷ୍ଟୁରାଣ୍ଟ ଖୋଲି ସେଠାରେ ବସୁଛନ୍ତି। ତାଙ୍କ ଖାଇବାକୁ ପସନ୍ଦ କରୁଥିବା ଲୋକେ ମଧ୍ୟ ରେଷ୍ଟୁରାଣ୍ଟରେ ଭିଡ ଜମାଇବା ଆରମ୍ଭ କରିଛନ୍ତି। ଦିଲ୍ଲୀର ମାଲବୀୟ ନଗରରେ କାନ୍ତା ପ୍ରସାଦଙ୍କ ଛୋଟିଆ ଢାବା ଥିଲା। ମାର୍ଚ୍ଚରେ ଲକ୍‌ଡାଉନ୍‌ ଯୋଗୁ ଢ଼ାବାଟି ବେଶ୍‌ ପ୍ରଭାବିତ ହୋଇଥିଲା। ଫଳରେ ପରିବାରର ଗୁଜରାଣ ମେଣ୍ଟାଇବା କାନ୍ତାଙ୍କ ପକ୍ଷେ ସମ୍ଭବ ହେଉ ନ ଥିଲା। ପରେ ଜଣେ ବ୍ୟବହାରକାରୀ କାନ୍ତାଙ୍କ ଢ଼ାବାର ଏକ ଭିଡିଓ ଅପ୍‌ଲୋଡ୍‌ କରିଥିଲେ। ଭିଡିଓରେ ନିଜର ଦୁଃଖକାହାଣୀ କହିଥିଲେ କାନ୍ତା। ଏହା ଅନେକଙ୍କୁ ଭାବବିହ୍ବଳ କରିଥିବା ବେଳେ ଶହ ଶହ ସଂଖ୍ୟାରେ ଲୋକେ ତାଙ୍କ ଢ଼ାବାରେ ଭିଡ ଜମାଇବା ଆରମ୍ଭ କରିଥିଲେ। ଏବେ କାନ୍ତାଙ୍କ ନୂଆ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କ ବସିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି। ପୁରୁଣା ଢ଼ାବା ଭଳି କାନ୍ତାଙ୍କ ସ୍ତ୍ରୀ ବାଦାମୀ ଦେବୀ ରେଷ୍ଟୁରାଣ୍ଟରେ ମଧ୍ୟ ଖାଇବା ରେଷେଇ କରିବେ। ଅନ୍ୟ କର୍ମଚାରୀ ତାଙ୍କ ସାହାଯ...