Skip to main content

କଟକଣାରେ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ମଙ୍ଗଳବାରଠାରୁ ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ କରୋନା କଟକଣା ମଧ୍ୟରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଛି। ଯେଉଁ ବିଧାୟକମାନେ କରୋନା ସଂକ୍ରମିତ ହୋଇନାହାନ୍ତି ସେମାନଙ୍କୁ ବିଧାନସଭାରେ ଯୋଗଦେବାକୁ ଅନୁମତି ଦିଆଯାଇଥିଲା। ୮୫ଜଣ ବିଧାୟକ ଯୋଗଦେଇଥିବା ବେଳେ ଅନ୍ୟ ବିଧାୟକମାନେ ବାହାରେ ରହି ଭିଡିଓ କନ୍‌ଫରେନ୍ସ ଜରିଆରେ ଗୃହ କାର୍ଯ୍ୟରେ ଅଂଶଗ୍ରହଣ କରିଥିଲେ। ବିଧାନସଭାକୁ ପ୍ରବେଶ କରିବା ବେଳେ ବିଧାୟକ, କର୍ମଚାରୀ, ଖରବଦାତାଙ୍କୁ କରୋନା ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିଥିଲା। ଗୃହକୁ ପ୍ରବେଶ କରିବା ପୂର୍ବରୁ ବାଚସ୍ପତିଙ୍କଠାରୁ ଆରମ୍ଭ କରି ସମସ୍ତେ ମୁହଁରେ ମାସ୍କ ଓ ସିଲ୍ଡ କଭର ଲଗାଇବା ସହ ହ୍ୟାଣ୍ଡ ଗ୍ଲୋବ୍‌ସ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ସମସ୍ତ ସଦସ୍ୟଙ୍କ ସିଟ୍‌ ସମ୍ମୁଖରେ କାଚରେ କଭର କରାଯାଇଥିଲା। କେହି କାହା ପାଖକୁ ଯିବାକୁ ସୁଯୋଗ ନ ଥିଲା। ଲୋକସେବା ଭବନର ସମ୍ମିଳନୀ କକ୍ଷ, ବିଭିନ୍ନ ଜିଲାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରୁ କେତେଜଣ ବିଧାୟକ ଏହି ଅଧିବେଶନରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଗୃହ କାର୍ଯ୍ୟରେ ଯୋଗଦେଇଥିବା ବେଳେ ଲୋକସେବା ଭବନରୁ ବିଧାୟକ ବଦ୍ରିନାରାୟଣ ପାତ୍ର, ଉଷାଦେବୀ, ପ୍ରଫୁଲ୍ଲ ସାମଲ, ଶଶିଭୂଷଣ ବେହେରା, ନିତ୍ୟାନନ୍ଦ ସାହୁ ଏବଂ ସାବିତ୍ରୀ ଅଗ୍ରୱାଲ ଯୋଗ ଦେଇଥିଲେ। ସେହିପରି ଭଦ୍ରକରୁ ବିଷ୍ଣୁ ଚରଣ ସେଠୀ, ଢେଙ୍କାନାଳରୁ ପ୍ରଫୁଲ୍ଲ ମଲ୍ଲିକ, ନୂଆପଡ଼ାରୁ ରାଜେନ୍ଦ୍ର ଢୋଲକିଆ ଜିଲାପାଳଙ୍କ ସମ୍ମିଳନୀ କକ୍ଷରୁ ଭିଡିଓ କନ୍‌ଫରେନ୍ସ ଯୋଗେ ଗୃହକାର୍ଯ୍ୟରେ ଯୋଗଦେଇଥିଲେ।
ପୂର୍ବାହ୍ନରେ ଶୋକ ପ୍ରସ୍ତାବ ପରେ ଗୃହରେ କୌଣସି କାର୍ଯ୍ୟ ହୋଇ ନ ଥିଲା। ପ୍ରଥମ ଥର କରୋନା ମହାମାରୀ ସଂକ୍ରମଣ ଲାଗି ଗୃହରେ ପ୍ରଶ୍ନୋତ୍ତର କାଳକୁ ବାତିଲ କରାଯାଇଥିଲା। ତେବେ ସଦସ୍ୟମାନଙ୍କୁ ଲିଖିତ ପ୍ରଶ୍ନ ଯୋଗାଇ ଦିଆଯାଇଥିଲା। ଅପରାହ୍ନ ୩ଟାରେ ଦ୍ୱିତୀୟ ପର୍ଯ୍ୟାୟ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା।

୭ ବିଲ୍‌ ଉପସ୍ଥାପିତ

ମୌସୁମୀ ଅଧିବେଶନର ପ୍ରଥମ ଦିନରେ ରାଜ୍ୟ ସରକାର ବିଧାନସଭାର ଅନୁମୋଦନ ଲାଗି ୭ଟି ବିଲ୍‌କୁ ଉପସ୍ଥାପନ କରିଛନ୍ତି। ସେହି ବିଲ୍‌ଗୁଡିକ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଲ୍‌-୨୦୨୦, ଓଡ଼ିଶା ମ୍ୟୁନିସିପାଲ (ସଂଶୋଧନ) ବିଲ୍‌-୨୦୨୦, ଓଡ଼ିଶା କୋର୍ଟ ଫି’ (ସଂଶୋଧନ) ବିଲ୍‌-୨୦୨୦, ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି (ସଂଶୋଧନ) ବିଲ୍‌-୨୦୨୦, ମହାମାରୀ ରୋଗ (ଓଡ଼ିଶା ସଂଶୋଧନ) ବିଲ୍‌-୨୦୨୦, ଓଡ଼ିଶା ଶିଳ୍ପ ବିବାଦ (ସଂଶୋଧନ) ବିଲ୍‌-୨୦୨୦ ଏବଂ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ସଂଶୋଧନ ବିଲ୍‌-୨୦୨୦ । ଉଚ୍ଚଶିକ୍ଷା ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ ଉକ୍ତ ବିଲ୍‌ଗୁଡିକୁ ବିଧାନସଭାରେ ଉପସ୍ଥାପନ କରିଛନ୍ତି।

The post କଟକଣାରେ ଅଧିବେଶନ ଆରମ୍ଭ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ...