Skip to main content

ନ୍ୟୁଜିଲାଣ୍ଡର ବ୍ୟସ୍ତ ବହୁଳ କ୍ରିକେଟ କାର୍ଯ୍ୟସୂଚୀ

ଅକ୍‌ଲାଣ୍ଡ, ୩୦ା୯ (ପି.ଟି.)-କୋଭିଡ୍‌ ଯୋଗୁ ୬ମାସରୁ ଅଧିକ ଦିନ ପରେ ନ୍ୟୁଜିଲାଣ୍ଡରେ ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହେବ। ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ତରଫରୁ ଏଥିପାଇଁ ମଙ୍ଗଳବାର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ନଭେମ୍ବରରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି୨୦ ସିରିଜ ସହ ଏହା ଆରମ୍ଭ ହେବ। ନଭେମ୍ବରରେ ଓ୍ବେଷ୍ଟଇଣ୍ଡିଜ ଓ ପାକିସ୍ତାନ ପରେ ଫେବୃୟାରୀରେ ଅଷ୍ଟ୍ରେଲିଆ ଏବଂ ମାର୍ଚ୍ଚରେ ବାଂଲାଦେଶ ଟୁର୍‌ରେ ଆସିବା କାର୍ଯ୍ୟକ୍ରମ ରହିଛି। ସରକାର କିନ୍ତୁ ପ୍ରଥମ ଦୁଇଟି ଟିମ୍‌ର ଗସ୍ତକ୍ରମକୁ ଅନୁମୋଦନ ଦେଇ ସାରିଥିବା ଏନ୍‌ଜେଡ୍‌ସି ମୁଖ୍ୟ କାର୍ଯ୍ୟନିର୍ବାହୀ ଡେଭିଡ୍‌ ହ୍ବାଇଟ୍‌ କହିଛନ୍ତି। ଅନ୍ୟ ଦୁଇଟି ଟୁର୍‌ ପାଇଁ ସରକାର ଖୁବ୍‌ଶୀଘ୍ର ସବୁଜ ସଙ୍କେତ ଦେବେ ବୋଲି ସେ କହିଛନ୍ତି। ନଭେମ୍ବର ୨୭ରେ ଇଡେନ୍‌ପାର୍କଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚବିଶିଷ୍ଟ ସିରିଜ ଆରମ୍ଭ ହେବ। ସିରିଜ ଓପନର ପରେ ଅନ୍ୟ ଦୁଇଟି ମ୍ୟାଚ ନଭେମ୍ବର ୨୯ ଓ ନଭେମ୍ବର ୩୦ରେ ବେ’ ଓଭାଲଠାରେ ଖେଳାଯିବ। ଟି୨୦ ସିରିଜ ପରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦୁଇଟି ଟେଷ୍ଟ ମ୍ୟାଚ ଆୟୋଜନ କରିବ ନ୍ୟୁଜିଲାଣ୍ଡ। ପ୍ରଥମ ଟେଷ୍ଟ ଡିସେମ୍ବର ୩ରୁ ହାମିଲଟନର ସେଡନ ପାର୍କ ଏବଂ ଦ୍ୱିତୀୟଟି ଓ୍ବେଲିଂଟନ୍‌ର ରିଜର୍ଭ ବେସିନଠାରେ ଡିସେମ୍ବର୧୧ରୁ ଖେଳାଯିବ। ଓ୍ବେଷ୍ଟଇଣ୍ଡିଜ ସିରିଜ ପରେ ନ୍ୟୁଜିଲାଣ୍ଡ ଡିସେମ୍ବର ୧୮ରୁ ପାକିସ୍ତାନ ବିପକ୍ଷରେ ୩ ମ୍ୟାଚବିଶିଷ୍ଟ ଟି୨୦ ସିରିଜ ଖେଳିବ। ପରେ ତୌରଙ୍ଗାଠାରେ ଡିସେମ୍ବର ୨୬ରୁ ଏକ ଟେଷ୍ଟ ସିରିଜ ଖେଳିବ। ସେହିପରି ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚବିଶଷ୍ଟ ଏକ ଟି୨୦ ସିରିଜ ଫେବୃୟାରୀ ୨୨ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଖେଳାଯିବା କାର୍ଯ୍ୟକ୍ରମ ରହିଛି।

The post ନ୍ୟୁଜିଲାଣ୍ଡର ବ୍ୟସ୍ତ ବହୁଳ କ୍ରିକେଟ କାର୍ଯ୍ୟସୂଚୀ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...