Skip to main content

ଦେହଜୀବୀଙ୍କୁ ତୁରନ୍ତ ମାଗଣା ରାଶନ ସାମଗ୍ରୀ ଦିଅ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଦେହଜୀବୀମାନେ ବହୁ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କୁ ତୁରନ୍ତ ମାଗଣାରେ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ସୁପ୍ରିମକୋର୍ଟ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ସେମାନଙ୍କୁ କୌଣସି ପରିଚୟ ପତ୍ର ମଗାଯାଇ ପାରିବ ନାହିଁ ବୋଲି କୋର୍ଟ କହିଛନ୍ତି। ଜଷ୍ଟିସ ଏଲ୍‌ ନାଗେଶ୍ୱର ରାଓ ଏବଂ ଅଜୟ ରାସ୍ତୋଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଏଡ୍‌ସ ନିୟନ୍ତ୍ରଣ ସଂଗଠନ(ନାକୋ) ଏବଂ ରାଜ୍ୟ କମିଟି ଦ୍ୱାରା ଚିହ୍ନଟ ଦେହଜୀବୀମାନଙ୍କୁ ମାଗଣା ରାଶନ ସାମଗ୍ରୀ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କୌଣସି ପରିଚୟ ପତ୍ର ନ ଥିବାରୁ ସେମାନଙ୍କୁ ମାଗଣା ରାଶନ ସାମଗ୍ରୀ, ଟଙ୍କା କିମ୍ବା ଅନ୍ୟ ସହାୟତା ଦିଆଯାଉ ନ ଥିବାରୁ କୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। କେତେ ଦେହଜୀବୀଙ୍କୁ ମାଗଣା ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଇଛି ତାହା ୪ ସପ୍ତାହ ମଧ୍ୟରେ ଜଣାଇବାକୁ କୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ, କରୋନା ଯୋଗୁ ଦେହଜୀବୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ନେଇ ଦୁର୍ବାର ମହିଳା ସମନ୍ବୟ ସମିତି ପକ୍ଷରୁ ସୁପ୍ରିମକୋର୍ଟଙ୍କ ନିକଟରେ ଆବେଦନ କରାଯାଇଥିଲା। ଦେଶରେ ଥିବା ୯ ଲକ୍ଷ ଦେହଜୀବୀ ଓ କିନ୍ନରଙ୍କୁ ସହାୟତା ଯୋଗାଇ ଦେବାକୁ ଆବେଦନକାରୀ କୋର୍ଟଙ୍କୁ ନିବେଦନ କରିଥିଲେ। ଦେହଜୀବୀମାନଙ୍କୁ ବିନା ପରିଚୟ ପତ୍ରରେ ମାଗଣା ରାଶନ ସାମଗ୍ରୀ ଯୋଗାଇବାରେ କେନ୍ଦ୍ର ସରକାରଙ୍କର କୌଣସି ଆପତ୍ତି ନ ଥିବା ଅତରିକ୍ତ ସଲିସିଟର ଜେନେରାଲ ଆର୍‌.ଏସ୍‌. ପୁରୀ ସର୍ବୋଚ୍ଚ ଅଦାଲତଙ୍କୁ ଜଣାଇଛନ୍ତି।

The post ଦେହଜୀବୀଙ୍କୁ ତୁରନ୍ତ ମାଗଣା ରାଶନ ସାମଗ୍ରୀ ଦିଅ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...