Skip to main content

ପ୍ରୋତ୍ସାହନ ନାହିଁ, ଦୁର୍ଦ୍ଦିନରେ ପଥର କାରିଗର

କୋକସରା, ୩୦।୧୦ (ଡି.ଏନ.ଏ.)
କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ ହେଉଛି ପଥର କାରିଗରଙ୍କ ପାଇଁ ପରିଚିତ ଶିଳ୍ପୀ ଗ୍ରାମ। ଏହି ଗାଁର ଅନେକ ଯୁବକ ପଥର ଶିଳ୍ପକୁ ଜୀବିକା କରି ପରିବାର ପ୍ରତିପୋଷଣ କରୁଥିଲେ। ଏହି ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ମୂର୍ତ୍ତି ଜିଲା ଓ ରାଜ୍ୟ ବାହାରେ ମଧ୍ୟ ନିଜର କଳାକୃତି ପାଇଁ ପ୍ରଶଂସିତ ହୋଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅନୁଦାନରୁ ୧୯୯୩ ମସିହାରେ ତତ୍କାଳୀନ ଜିଲାପାଳ ଅଶୋକ କୁମାର ଦଳବାଇ କନ୍ଦାଗଡରେ ପଥର ଖୋଦେଇ ପାଇଁ ଏକ ଗୃହ ଯୋଗାଇ ଦେଇଥିଲେ। କେତେକ ଯୁବକଙ୍କୁ ଭୁବନେଶ୍ୱର ପଠାଇ ତାଲିମ ଦିଆଯାଇଥିଲା। ତାଲିମ ନେଇ ଫେରିବା ପରେ ସେହି ଯୁବକମାନେ ନିହାଣ ମୁନରେ ପଥରରେ ତିଆରି ଅନେକ ଦେବାଦେବୀଙ୍କ ମୂର୍ତ୍ତି ତିଆରି କରି ପ୍ରଶଂସା ସାଉଁଟିଥିଲେ। କଳାହାଣ୍ଡି ଉତ୍ସବ ହେଉ ଅବା ଯାନିଯାତ୍ରା ଏହି ଶିଳ୍ପୀଙ୍କ ନିର୍ମିତ ମୂର୍ତ୍ତିର ଚାହିଦା ରହିଥିଲା। ମୂର୍ତ୍ତି ବିକ୍ରି କରି ବେଶ୍‌ ଦୁଇ ପଇସା ରୋଜଗାର କରି ସେମାନେ ପରିବାର ପ୍ରତିପୋଷଣ କରୁଥିଲେ। ତେବେ ଆଜି ଆଉ ସେହିଦିନ ନାହିଁ। ସରକାରୀ ପ୍ରୋତ୍ସାହନ ଅଭାବରୁ ଏବେ ଏହି କାରିଗରମାନେ ପଥର ଶିଳ୍ପ ପ୍ରତି ମୁହଁ ମୋଡିଲେଣି। ପେଟପାଟଣା ପାଇଁ ଅଧିକାଂଶ ଯୁବ କାରିଗର ଏବେ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଉଛନ୍ତି। ନୂତନ ପିଢି ଆଉ ପଥର ଶିଳ୍ପୀ ହେବାକୁ ମନ ବଳାଉ ନାହାନ୍ତି। ଏବେ ଗାଁରେ ଥିବା ଜଣେ ଦୁଇଜଣ ବରିଷ୍ଠ କାରୀଗର କୋଉଠୁ ବରାଦ ମିଳିଲେ ମୂର୍ତ୍ତି ପାଇଁ କରୁଛନ୍ତି। ସେମାନଙ୍କୁ ପଚାରିବାରୁ ସରକାର ଆମ ପଥର ମୂର୍ତ୍ତିର ବିକ୍ରି ପାଇଁ ବଜାର ବ୍ୟବସ୍ଥା କଲେ କିଛି ସମ୍ଭାବନା ସୃଷ୍ଟି ହୁଅନ୍ତା। ନ ହେଲେ କନ୍ଦାଗଡ ଶିଳ୍ପୀ ଗ୍ରାମ ନାମ କେବଳ ନାଁରେ ରହିଯିବ ବୋଳି ବରିଷ୍ଠ ପଥର ଖୋଦେଇ ଶିଳ୍ପୀ ଗୋବିନ୍ଦ ମାଝୀ କହିଛନ୍ତି । ଏଣୁ ବିଲୁପ୍ତ ହେବାକୁ ବସିଥିବା ଶିଳ୍ପୀଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବାକୁ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି । ଧର୍ମଗଡ ବିଧାୟକ ମୌଷଧି ବାଗ କହିଛନ୍ତି ଯେ, ପଥର ଶିଳ୍ପୀଙ୍କ ସମସ୍ୟାର ସାମାଧାନ କରିବା ଲାଗି ଖୁବ୍‌ଶୀଘ୍ର ପଦକ୍ଷେପ ନିଆଯିବ।

The post ପ୍ରୋତ୍ସାହନ ନାହିଁ, ଦୁର୍ଦ୍ଦିନରେ ପଥର କାରିଗର appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...