Skip to main content

ଋତୁରାଜ ଜଣେ ପ୍ରତିଭାସମ୍ପନ୍ନ କ୍ରିକେଟର: ଧୋନୀ

ଦୁବାଇ,୩୧।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଯୁବ ବ୍ୟାଟ୍ସମ୍ୟାନ ଋତୁରାଜ ଗାଏକ୍ୱାଡ ନିଜ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରଭାବିତ କରିଛନ୍ତି। ଶ୍ରେଷ୍ଠ ପ୍ରତିଭାସମ୍ପନ୍ନ କ୍ରିକେଟରମାନଙ୍କ ମଧ୍ୟରୁ ସେ ଅନ୍ୟତମ ବୋଲି ଧୋନୀ କହିଛନ୍ତି। ଗୁରୁବାର କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷରେ ଋତୁରାଜ କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରି ଚେନ୍ନାଇ ବିଜୟରେ ମୁଖ୍ୟଭୂମିକା ଗ୍ରହଣ କରିଥିଲେ। ଏଥର ଆଇପିଏଲ୍‌ ଖେଳି ନ ଥିବା କ୍ରିକେଟରଙ୍କୁ ଅନ୍ତିମ ଏକାଦଶରେ ସାମିଲ କରିବାକୁ ଚେନ୍ନାଇ ନିଷ୍ପତ୍ତି ନେଇଥିଲା। ଫଳରେ ଋତୁରାଜ ଖେଳିବାକୁ ସୁଯୋଗ ପାଇଥିଲେ ଓ ସେ ଏହାର ଫାଇଦା ଉଠାଇଥିଲେ।
ଋତୁରାଜ ନେଟ୍ସରେ ଭଲ ଖେଳୁଥିଲେ, ତେବେ କୋଭିଡ୍‌ ପଜିଟିଭ ହେବା କାରଣରୁ ସେ ୨୦ ଦିନ ଖେଳରୁ ଦୂରେଇ ରହିଥିଲେ। ସେ ଅଧିକ କଥା କହିବାକୁ ପସନ୍ଦ କରନ୍ତି ନାହିଁ। ତେଣୁ ମ୍ୟାନେଜମେଣ୍ଟ ତାଙ୍କ ପ୍ରତିଭା ଆକଳନ କରିବାରେ ସମର୍ଥ ହୋଇ ନ ଥିଲା। ୨୩ ବର୍ଷୀୟ ଏହି ମହାରାଷ୍ଟ୍ର ବ୍ୟାଟ୍ସମ୍ୟାନ ସବୁପ୍ରକାର ଶଟ୍‌ ଖେଳିପାରିନ୍ତି ଓ ତାଙ୍କ ଶଟ୍‌ମାନ ଦେଖବା ପାଇଁ ବେଶ୍‌ ଉପଭୋଗ୍ୟ ବୋଲି ଧୋନୀ କହିଛନ୍ତି। ତେବେ ଋତୁରାଜ ତାଙ୍କ ପ୍ରଥମ ୩ଟି ଇନିଂସରେ ଯଥାକ୍ରମେ ୦, ୫ ଓ ୦ ରନ ସଂଗ୍ରହ କରିଥିଲେ। କ୍ରିଜ୍‌ରେ କିଛି ସମୟ ଜମିଯିବା ପରେ ସେ ନିଜ ଇଚ୍ଛା ଅନୁଯାୟୀ ଶଟ୍‌ ଖେଳିଥାନ୍ତି। ସେହିପରି ଅନ୍ତିମ ଓଭରରେ କ୍ରମାଗତ ୨ଟି ଛକାମାରି ଚେନ୍ନାଇକୁ ଜିତାଇଥିବା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ମଧ୍ୟ ଧୋନୀ ପ୍ରଶଂସା କରିଛନ୍ତି। ଚଳିତ ସେସନରେ ଜାଡେଜା ବ୍ୟାଟିଂ ସହିତ ଫିଲ୍ଡିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି ଧୋନୀ କହିଛନ୍ତି।

The post ଋତୁରାଜ ଜଣେ ପ୍ରତିଭାସମ୍ପନ୍ନ କ୍ରିକେଟର: ଧୋନୀ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଦିନ କେଇଟାରେ ବଦଳିଗଲା ଭାଗ୍ୟ: ରେଷ୍ଟୁରାଣ୍ଟ ପାଲଟିଲା ‘ବାବା କା ଢ଼ାବା’

ଆଜିର ଅତ୍ୟାଧୁନିକ ଯୁଗରେ ସବୁଠାରୁ ବଡ଼ ଅସ୍ତ୍ର ପାଲଟିଛି ସୋସିଆଲ ମିଡିଆ। ଅନେକ ଏଥିଯୋଗୁ ରାତାରାତି ଷ୍ଟାର ପାଲଟୁଥିବା ବେଳେ ଏହା ଅନେକଙ୍କ ଜୀବନ ବଦଳାଇ ଦେଉଛି। କିଛିଦିନ ତଳେ ଏହି ସୋସିଆଲ ମିଡିଆରେ ଏକ ଢ଼ାବା ବେଶ୍‌ ଭାଇରାଲ ହୋଇଥିଲା,ଯାହାର ନାମ ଥିଲା ‘ବାବା କା ଢ଼ାବା’। ଏବେ ଏହା ରେଷ୍ଟୁରାଣ୍ଟରେ ପରିଣତ ହୋଇଛି। ୮୦ ବର୍ଷୀୟ ମାଲିକ କାନ୍ତା ପ୍ରସାଦ ନିଜ ପୁରୁଣା ଦୋକାନ ପାଖରେ ନୂଆ ରେଷ୍ଟୁରାଣ୍ଟ ଖୋଲି ସେଠାରେ ବସୁଛନ୍ତି। ତାଙ୍କ ଖାଇବାକୁ ପସନ୍ଦ କରୁଥିବା ଲୋକେ ମଧ୍ୟ ରେଷ୍ଟୁରାଣ୍ଟରେ ଭିଡ ଜମାଇବା ଆରମ୍ଭ କରିଛନ୍ତି। ଦିଲ୍ଲୀର ମାଲବୀୟ ନଗରରେ କାନ୍ତା ପ୍ରସାଦଙ୍କ ଛୋଟିଆ ଢାବା ଥିଲା। ମାର୍ଚ୍ଚରେ ଲକ୍‌ଡାଉନ୍‌ ଯୋଗୁ ଢ଼ାବାଟି ବେଶ୍‌ ପ୍ରଭାବିତ ହୋଇଥିଲା। ଫଳରେ ପରିବାରର ଗୁଜରାଣ ମେଣ୍ଟାଇବା କାନ୍ତାଙ୍କ ପକ୍ଷେ ସମ୍ଭବ ହେଉ ନ ଥିଲା। ପରେ ଜଣେ ବ୍ୟବହାରକାରୀ କାନ୍ତାଙ୍କ ଢ଼ାବାର ଏକ ଭିଡିଓ ଅପ୍‌ଲୋଡ୍‌ କରିଥିଲେ। ଭିଡିଓରେ ନିଜର ଦୁଃଖକାହାଣୀ କହିଥିଲେ କାନ୍ତା। ଏହା ଅନେକଙ୍କୁ ଭାବବିହ୍ବଳ କରିଥିବା ବେଳେ ଶହ ଶହ ସଂଖ୍ୟାରେ ଲୋକେ ତାଙ୍କ ଢ଼ାବାରେ ଭିଡ ଜମାଇବା ଆରମ୍ଭ କରିଥିଲେ। ଏବେ କାନ୍ତାଙ୍କ ନୂଆ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କ ବସିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି। ପୁରୁଣା ଢ଼ାବା ଭଳି କାନ୍ତାଙ୍କ ସ୍ତ୍ରୀ ବାଦାମୀ ଦେବୀ ରେଷ୍ଟୁରାଣ୍ଟରେ ମଧ୍ୟ ଖାଇବା ରେଷେଇ କରିବେ। ଅନ୍ୟ କର୍ମଚାରୀ ତାଙ୍କ ସାହାଯ...