Skip to main content

୫ଜଣଙ୍କୁ ମିଳିଲା ‘ଧର୍ମପଦ ପୁରସ୍କାର’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡେମୀର ସର୍ବୋଚ୍ଚ ତଥା ମର୍ଯ୍ୟାଦାଜନକ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ୫ଜଣଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ୨୫ଜଣ ବୟୋଜ୍ୟେଷ୍ଠ ଶିଳ୍ପୀଙ୍କୁ ‘ଶିଳ୍ପୀ ସମ୍ବର୍ଦ୍ଧନା’ ଦିଆଯାଇଛି। ରବିବାର ସଂସ୍କୃତି ଭବନ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପୁରସ୍କାର ଏବଂ ସମ୍ବର୍ଦ୍ଧନା ଦେଇଥିଲେ। ଧର୍ମପଦ ପୁରସ୍କୃତ ଶିଳ୍ପୀଙ୍କୁ ଅଙ୍ଗବସ୍ତ୍ର, ଉପଢୌକନ, ମାନପତ୍ର ସହ ୫ଲକ୍ଷ ଟଙ୍କାର ଚେକ୍‌ ଓ ସମ୍ବର୍ଦ୍ଧିତ ଶିଳ୍ପୀଙ୍କୁ ୧ଲକ୍ଷ ଟଙ୍କାର ଚେକ୍‌ ସହ ଅଙ୍ଗବସ୍ତ୍ର, ଉପଢୌକନ, ମାନପତ୍ର ପ୍ରଦାନ କରିଥିଲେ।
୨୦୧୬ ମସିହା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡ଼ା, ୨୦୧୭ ପାଇଁ ବିଶିଷ୍ଟ ସ୍ଥପତି ଶ୍ୟାମସୁନ୍ଦର ପଟ୍ଟନାୟକ, ୨୦୧୮ ପାଇଁ ଜଗଦୀଶ ଚନ୍ଦ୍ର କାନୁନ୍‌ଗୋ, ୨୦୧୯ ପାଇଁ ବିଶିଷ୍ଟ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଓ ୨୦୨୦ ପାଇଁ ବିଶିଷ୍ଟ ଚିତ୍ରଶିଳ୍ପୀ ମହେନ୍ଦ୍ର ପ୍ରସାଦ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ସମ୍ବର୍ଦ୍ଧିତ ଚିତ୍ରଶିଳ୍ପୀଙ୍କ ମଧ୍ୟରେ ୨୦୧୬ ମସିହା ପାଇଁ ଚନ୍ଦ୍ର କୁମାର ସାମନ୍ତରାୟ, ଶରତ ଚନ୍ଦ୍ର ମହାନ୍ତି, ବସନ୍ତ କୁମାରୀ ସାମନ୍ତ, ବାଞ୍ଛାନିଧି ପଟ୍ଟନାୟକ ଓ ଯୋଗେଶ ପ୍ରସାଦ ଦାନୀ ଏବଂ ୨୦୧୭ ପାଇଁ ରାଧାଶ୍ୟାମ ବିଶୋଇ, ଦେବେନ୍ଦ୍ର ଦାସ, ବନମାଳୀ ମହାପାତ୍ର, ଲଲାଟ ମୋହନ ପଟ୍ଟନାୟକ ଓ ଡ. ଅଲେଖ ଚରଣ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ୨୦୧୮ ପାଇଁ ଶ୍ରୀଧର ମହାରଣା, ଗୋକୁଳାନନ୍ଦ ଦାସ, ଟୁନେନ୍ଦ୍ର ପଟ୍ଟନାୟକ, କଳ୍ପତରୁ ମହାରଣା ଓ ଅଶୋକ କୁମାର ମହାନ୍ତି, ୨୦୧୯ ପାଇଁ ଶ୍ରୀନିବାସ ପଢ଼ିହାରୀ, ଲକ୍ଷ୍ମୀଧର ରଣା, ବ୍ରଜକିଶୋର ଜେନା, ପ୍ରଶାନ୍ତ କୁମାର ଦାସ ଓ ଗୌରାଙ୍ଗ ବାରିକ ଏବଂ ୨୦୨୦ ପାଇଁ ରବିନାରାୟଣ ରଥ, ବିଜୟ କୁମାର ପରିଡ଼ା, ପ୍ରଭାକର ମହାରଣା, ଦୀନବନ୍ଧୁ ମହାପାତ୍ର ଓ ବୃନ୍ଦାବନ ମହାରଣାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉତ୍ସବରେ ସମ୍ମାନିତ ଅତିଥି ଭାବେ ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ, ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ଏକାଡେମୀ ସଭାପତି ସୁଦର୍ଶନ ପଟ୍ଟନାୟକ ଯୋଗଦେଇଥିଲେ। ଏକାଡେମୀର ସଚିବ ଗଜେନ୍ଦ୍ର ପ୍ରସାଦ ଧନ୍ୟବାଦ ଦେଇଥିଲେ।
ଦୀର୍ଘବର୍ଷ ପରେ ଗତ ୨୭ ତାରିଖ ଶୁକ୍ରବାର ଏହି ପୁରସ୍କାର ଘୋଷଣା କରାଯାଇଥିଲା। ହେଲେ ରବିବାର ତରବରିଆ କାର୍ଯ୍ୟକ୍ରମ ଆୟୋଜନକୁ ନେଇ ଅନ୍ୟ ଶିଳ୍ପୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

The post ୫ଜଣଙ୍କୁ ମିଳିଲା ‘ଧର୍ମପଦ ପୁରସ୍କାର’ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ...