Skip to main content

‘ବ୍ରିଟେନ ଫେରନ୍ତା ନିଜ ତଥ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବ୍ରିଟେନ୍‌ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ୁଛି। ପତ୍ତା ମିଳୁ ନ ଥିବା ବ୍ରିଟେନ ଫେରନ୍ତାଙ୍କୁ ନିଜ ନିଜର ତଥ୍ୟ ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। ନିଜ ଆଡୁ ସରକାରଙ୍କ ପାଖରେ ତଥ୍ୟ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ, ବ୍ରିଟେନରୁ ଫେରିଥିବା ୧୮୧ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୧୯ ଜଣଙ୍କ ପତ୍ତା ମିଳିଥିବା ବେଳେ ସେମାନଙ୍କ ମଧ୍ୟରୁ ୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କିନ୍ତୁ ବାକି ୬୨ଜଣ ଭୁଲ୍‌ ନମ୍ବର ଓ ଠିକଣା ଦେଇଥିବାରୁ ସେମାନଙ୍କ ସମ୍ପର୍କରେ ସୂଚନା ମିଳିନାହିଁ। ତେବେ ନୂଆ ଷ୍ଟ୍ରେନ୍‌କୁ ନେଇ ଭୟ କରିବାର କୌଣସି କାରଣ ନାହିଁ। ବ୍ରିଟେନ୍‌ରେ ଦେଖାଦେଇଥିବା ନୂଆ କରୋନା ଆକ୍ରାନ୍ତ କେସ୍‌ ଦ୍ୱାରା କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହୋଇନାହିଁ। ତେଣୁ ଏଥିରେ ବିଚଳିତ ନ ହୋଇ ଏହାର ମୁକାବିଲା କରିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ଯଦି ବି ସେମାନଙ୍କ ମଧ୍ୟରୁ କିଏ ପଜିଟିଭ୍‌ ଚିହ୍ନଟ ହେବେ, ସେମାନଙ୍କର ଜେନମ୍‌ ସିକ୍ୱେନ୍ସିଂ ଦେଖିବୁ ଏବଂ ଆକାଡେମିକ୍‌ ରିସର୍ଚ୍ଚ କରିବୁ ବୋଲି ମିଶ୍ର କହିଛନ୍ତି।
ଅନ୍ୟପକ୍ଷରେ ଭାରତରେ ନୂଆ କରୋନା ଷ୍ଟ୍ରେନକୁ  ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡା. ସି.ବି.କେ. ମହାନ୍ତି କହିଛନ୍ତି ଯେ, ଏହି ଭୂତାଣୁ ପୂର୍ବ ଭୂତାଣୁଠାରୁ କ୍ଷିପ୍ର ଗତିରେ ସଂକ୍ରମିତ ହେବ। ଅଧିକ ଲୋକ ମଧ୍ୟ ସଂକ୍ରମଣର ଶିକାର ହେବେ। ଓଡ଼ିଶାରେ ପଜିଟିଭ୍‌ ଚିହ୍ନଟ ଲୋକଙ୍କ ଜେନମ୍‌ ସିକ୍ୱେନ୍ସିଂ ଜାଣିବା ପାଇଁ ସେମାନଙ୍କ ନମୁନା ପୁଣେକୁ ପଠାଯାଇଛି। ଏହି ନୂଆ ଭାଇରସ ସୁପର ସ୍ପ୍ରେଡର ହେବ କି ନାହିଁ ତାହା ଜଣାପଡ଼ିନାହିଁ। କିନ୍ତୁ ଜ୍ୱର, ଝାଡ଼ା ଓ କାଶ ଏହି ନୂଆ ଭୂତାଣୁର ଲକ୍ଷଣ ବୋଲି ଡିଏମ୍‌ଇଟି ନିର୍ଦ୍ଦେଶକ କହିଛନ୍ତି।
୧୮ଟି ଜିଲାର ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ଅଧିକାଂଶ ଭୁବନେଶ୍ୱର ବାସିନ୍ଦା ହୋଇଥିବାରୁ ବିଏମ୍‌ସି ପକ୍ଷରୁ ସେମାନଙ୍କୁ ଠାବ କରିବାକୁ ପ୍ରୟାସ ଜାରି ରହିଛି। ବ୍ରିଟେନରୁ ଭୁବନେଶ୍ୱର ଫେରିଥିବା ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପରୀକ୍ଷା ପାଇଁ ସେମାନଙ୍କ ନମୁନା ପୁଣେ ପଠାଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୮ ବ୍ରିଟେନ୍‌ ଫେରନ୍ତାଙ୍କ ତାଲିକା ଆସିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତଙ୍କ କି ନାହିଁ ରିପୋର୍ଟ ଆସିଲା ପରେ ଜଣାପଡ଼ିବ। ଦ୍ୱିତୀୟ ପର୍ଯ୍ୟାୟରେ ୬୦ରୁ ୭୦ ଫେରନ୍ତାଙ୍କ ତାଲିକା ଆସିଛି। ସେମାନଙ୍କ ଫୋନ ନମ୍ବର ଓ ଅନ୍ୟାନ୍ୟ ତଥ୍ୟ ସଂଗ୍ରହ କରାଯାଉଛି। ଏଥିପାଇଁ ୩ଟି ଜୋନ ପାଇଁ ୬ଟି ଟିମ୍‌ ଗଠନ କରାଯାଇ ଯାଞ୍ଚ ଆରମ୍ଭ ହୋଇଥିବା କମିଶନର ସୂଚନା ଦେଇଛନ୍ତି।

The post ‘ବ୍ରିଟେନ ଫେରନ୍ତା ନିଜ ତଥ୍ୟ ଦିଅନ୍ତୁ’ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ...