Skip to main content

ଜାନୁୟାରୀ ୪ ର୍ପୂବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳ ସିଡ୍‌ନୀ ଯିବେନି: ହୋକ୍‌ଲି

ମେଲବୋର୍ନ,୩୧।୧୨ (ପି.ଟି.): ଜାନୁୟାରୀ ୪ ତାରିଖ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ କ୍ରିକେଟ ଦଳ ସିଡ୍‌ନୀ ଗସ୍ତ କରିବେ ନାହିଁ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍‌ ହୋକ୍‌ଲି କହିଛନ୍ତି। ଦୁଇ ଦଳ ଆଉ କିଛିଦିନ ମେଲବୋର୍ନରେ ଟ୍ରେନିଂ ଜାରି ରଖିବେ। ତୃତୀୟ ଟେଷ୍ଟ ମ୍ୟାଚ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଜାନୁୟାରୀ ୭ ତାରିଖରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ତୃତୀୟ ଟେଷ୍ଟ ଖେଳିବା ପାଇଁ ଦୁଇ ଦଳ ମ୍ୟାଚ ଆରମ୍ଭ ହେବାର ଠିକ୍‌ ୩ ଦିନ ପୂର୍ବରୁ ସିଡ୍‌ନୀ ଯାତ୍ରା କରିବେ।
ନୂଆବର୍ଷ ପୂର୍ବରୁ ଦୁଇଦଳ ସିଡ୍‌ନୀରେ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲା। ତେବେ ସିଡ୍‌ନୀରେ କରୋନ ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ଫଳରେ ଦୁଇ ଦଳର ଖେଳାଳି, ଅଫିସିଆଲମାନେ ମେଲବୋର୍ନରେ ଆଉ କିଛିଦିନ ରହିବେ ବୋଲି ନିଷ୍ପତ୍ତି ନିଆଯାଇଛି। ଗତ ରାତିରେ ସିଡ୍‌ନୀ ଯିବାକୁ ଆମେ ଘୋଷଣ କରିଥିଲୁ। କିନ୍ତୁ ନିରପତ୍ତା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣିଥିଲୁ। ମେଲବୋର୍ନରେ ଆଉ କିଛିଦିନ ଖେଳାଳିମାନେ ରହିବା ସହ ଟ୍ରେନିଂ ଜାରି ରଖିବେ ଓ ୩ ଦିନ ପୂର୍ବରୁ ମ୍ୟାଚ ଖେଳିବାକୁ ସିଡ୍‌ନୀ ଯାତ୍ରା କରିବେ ବୋଲି ହୋକ୍‌ଲି କହିଛନ୍ତି।
ମଙ୍ଗଳବାର ସିଏ ସିଡ୍‌ନୀରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସିଡ୍‌ନୀରେ ତୃତୀୟ ଟେଷ୍ଟ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ କୋଭିଡ୍‌-୧୯ କାରଣରୁ ମେଲବୋର୍ନରେ ତୃତୀୟ ଟେଷ୍ଟ ଆୟୋଜନ ହେବା ନେଇ ଚାଲିଥିବା ଚର୍ଚ୍ଚା ତଥା ଅନୁମାନର ପୂର୍ଣ୍ଣଚ୍ଛେଦ ପଡିଛି। କରୋନା ସଂକ୍ରମଣ କାରଣରୁ ସିଡ୍‌ନୀ କଟକଣା କଡ଼ା କରାଯାଇଛି। ବ୍ରୋଡକାଷ୍ଟରମାନେ କିପର ସୁରକ୍ଷିତ ଭାବେ ବ୍ରିସ୍‌ବେନ ଯିବେ ସେ ନେଇ ବ୍ୟବସ୍ଥା କରାଯାଇଛି। ସିଡ୍‌ନୀରେ ମଧ୍ୟ ଜୈବ ସୁରକ୍ଷିତ ପରିବେଶ ସୃଷ୍ଟି କରଯାଇଛି ବୋଲି ହୋକ୍‌ଲି କହିଛନ୍ତି। ଉଲ୍ଲେଖଥାଉ କି, ୪ ମ୍ୟାଚବିଶିଷ୍ଟ ଟେଷ୍ଟ ସିରିଜ ୧-୧ ସମାନ ସ୍ତରରେ ରହିଛି। କୋଭିଡ୍‌-୧୯ କାରଣରୁ ତୃତୀୟ ଟେଷ୍ଟ ଆୟୋଜନ ପାଇଁ ମେଲବୋର୍ନକୁ ବିକଳ୍ପ ଭେନ୍ୟୁ ଭାବେ ମାନ୍ୟତା ଦିଆଯାଇଥିଲା।

The post ଜାନୁୟାରୀ ୪ ର୍ପୂବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳ ସିଡ୍‌ନୀ ଯିବେନି: ହୋକ୍‌ଲି appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...