Skip to main content

ମୁସ୍ତାକ ଅଲୀ ଟି୨୦: ତାମିଲନାଡୁ- ବରୋଦା ଫାଇନାଲ

ଅହମ୍ମଦାବାଦ,୩୦।୧(ପି.ଟି.): ଦେଶର ସର୍ବବୃହତ୍‌ ଘରୋଇ ଟି୨୦ ଟୁର୍ନାମେଣ୍ଟ ମୁସ୍ତାକ ଅଲୀ ଟ୍ରଫିରେ ତାମିଲନାଡୁ ଫାଇନାଲରେ ପ୍ରବେଶ କରିଛି। ୩୧ ତାରିଖ ରବିବାର ତାମିଲନାଡୁ ଫାଇନାଲରେ ବରୋଦାକୁ ଭେଟିବ। ପ୍ରଥମ ସେମିରେ ତାମିଲନାଡୁ ରାଜସ୍ଥାନକୁ ହରାଇ ଓ ଦ୍ୱିତୀୟ ସେମିରେ ବରୋଦା ପଞ୍ଜାବକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି।
ସ୍ଥାନୀୟ ମୋଟେରା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ତାମିଲନାଡୁ ୮ଟି ବଲ ବାକିଥାଇ ୭ ଉଇକେଟରେ ରାଜସ୍ଥାନକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଟସ୍‌ ଜିତି ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୫୪ ରନ ସଂଗ୍ରହ କରିଥିଲା। ଜବାବରେ ତାମିଲନାଡୁ ୧୮.୪ ଓଭରରେ ୩ ଉଇକେଟ ହରାଇ ୧୫୮ ରନକରି ବିଜୟୀ ହୋଇଥିଲା। ତାମିଲନାଡୁ ତରଫରୁ ଅରୁଣ କାର୍ତ୍ତିକ ୫୪ ବଲରୁ ୯ ଚୌକା, ୩ ଛକା ସହ ୮୯ ରନ୍‌ର ଧୂଅଁାଧାର ପାଳି ଖେଳି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ସେହିପରି ଅଧିନାୟକ ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ୧୭ ବଲରୁ ୩ ଚୌକା ସହ ଅପରାଜିତ ୨୬ ରନ୍‌ କରି ଅରୁଣ କାର୍ତ୍ତିକଙ୍କୁ ଉପଯୁକ୍ତ ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ନାରାୟଣ ଜଗଦୀଶାନ ୨୮, ସି. ହରି ନିଶାନ୍ତ ୪ ଓ ବାବା ଅପରାଜିତ ୨ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ରାଜସ୍ଥାନ ତରଫରୁ ତନବୀର-ଉଲ-ହକ, ଅନିକେତ ଚୌଧୁରୀ, ରବି ବିଷ୍ନୋଇ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ତରଫରୁ ଅଧିନାୟକ ଅଶୋକ ମିନେରିଆ ସର୍ବାଧିକ ୫୧, ଅରଜିତ ଗୁପ୍ତା ୪୫, ଆଦିତ୍ୟ ଗରଓ୍ବାଲ ୨୯, ରାଜେଶ ବିଷ୍ନୋଇ ୧୨ ରନ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ତାମିଲନାଡୁ ପକ୍ଷରୁ ଏମ୍‌. ମହମ୍ମଦ ସର୍ବାଧିକ ୪, ରବିଶ୍ରୀନିବାସନ ସାଇ କିଶୋର ୨, ସୋନୁ ଯାଦବ, ବାବା ଅପରାଜିତ ଓ ମୁରୁଗାନ ଅଶ୍ୱିନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଦ୍ୱିତୀୟ ସେମିଫାଇନାଲରେ ବରୋଦା ୨୫ ରନରେ ପଞ୍ଜାବକୁ ହରାଇ ଫାଇନାଲକୁ ଉଠିଛି।

The post ମୁସ୍ତାକ ଅଲୀ ଟି୨୦: ତାମିଲନାଡୁ- ବରୋଦା ଫାଇନାଲ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...