Skip to main content

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇକୁ ହରାଇଲା ନର୍ଥଇଷ୍ଟ

ବାମ୍ବୋଲିମ୍‌, ୩୧।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ୨-୧ ଗୋଲରେ ଟେବୁଲ ଟପ୍ପର ମୁମ୍ବାଇ ସିଟି ଏଫ୍‌ସିକୁ ପରାସ୍ତ କରିଛି। ଏଥିସହିତ ନର୍ଥଇଷ୍ଟ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଅନ୍ୟପଟେ ମୁମ୍ବାଇର କ୍ରମାଗତ ୧୨ଟି ମ୍ୟାଚ୍‌ର ଅପରାଜେୟ ଧାରାରେ ବ୍ରେକ୍‌ ଲାଗିଛି।
ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ମାତ୍ର ୩ ମିନିଟ୍‌ ମଧ୍ୟରେ ନର୍ଥଇଷ୍ଟର ଡେଶୋର୍ନ ବ୍ରାଉନ୍‌ ୨ଟି ଗୋଲ ସ୍କୋର କରି ପ୍ରଥାମାର୍ଦ୍ଧରେ ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ବ୍ରାଉନ ଷଷ୍ଠ ଓ ଦଶମ ମିନିଟ୍‌ରେ ଦୁଇଟି ଗୋଲ ଦେଇଥିଲେ। ତେବେ ଦ୍ୱିତୀୟାର୍ଦ୍ଧରେ ମୁମ୍ବାଇର ଆଡାମ ଲେ ଫୋଣ୍ଡ୍ରେ ୮୫ତମ ମିନିଟ୍‌ରେ ଗୋଲ ଦେଇ ଦଳକୁ ମ୍ୟାଚ୍‌କୁ ଫେରାଇଥିଲେ। ଇଞ୍ଜୁରି ଟାଇମ ବାବଦରେ ୬ ମିନିଟ୍‌ ଖେଳ ହୋଇଥିଲେ ମଧ୍ୟ ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ନର୍ଥଇଷ୍ଟ ବାଜି ମାରିଥିଲା। ମ୍ୟାଚ୍‌ରେ କିନ୍ତୁ ମୁମ୍ବାଇ ଅପେକ୍ଷାକୃତ ଭଲ ଖେଳି ପ୍ରଭାବ ବିସ୍ତାର କରିଥିଲା। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ନର୍ଥ ଇଷ୍ଟଠାରୁ ମୁମ୍ବାଇ ଯଥେଷ୍ଟ ଆଗରେ ରହିଥିଲା। ଏହି ବିଜୟ ସହ ନର୍ଥଇଷ୍ଟ ୧୪ଟି ମ୍ୟାଚ୍‌ ଖେଳି ୫ ବିଜୟ, ୬ ଡ୍ର ଓ ୩ ପରାଜୟ ସହ ୨୧ ପଏଣ୍ଟ ପାଇ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଅନ୍ୟପଟେ ପରାସ୍ତ ହୋଇଥିଲେ ମଧ୍ୟ ମୁମ୍ବାଇ ୧୪ଟି ମ୍ୟାଚ୍‌ ଖେଳି ୯ ବିଜୟ, ୩ ଡ୍ର ଓ ୨ ପରାଜୟ ସହ ୩୦ ପଏଣ୍ଟ ପାଇ ଶୀର୍ଷରେ ରହିଛି। ମୁମ୍ବାଇ ତା’ର ପରବର୍ତ୍ତୀ ମ୍ୟାଚ୍‌ ୩ ତାରିଖ ବୁଧବାର କେରଳ ବ୍ଲାଷ୍ଟର୍ସକୁ ଭେଟିବ। ଅନ୍ୟପଟେ ନର୍ଥଇଷ୍ଟ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ୪ ତାରିଖ ବୁଧବାର ଗୋଆକୁ ଭେଟିବ।

The post ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇକୁ ହରାଇଲା ନର୍ଥଇଷ୍ଟ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...