Skip to main content

ଅଭ୍ୟାସ କଲେ ଷ୍ଟୋକ୍ସ, ଆର୍ଚର, ବର୍ଣ୍ଷ

ଚେନ୍ନାଇ,୩୧।୧: ଭାରତ ଗସ୍ତରେ ଆସିଥିବା ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ, ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଓ ରିଜର୍ଭ ଓପନର ରୋରି ବନର୍‌ସ ଶନିବାର ପ୍ରଥମଥର ପାଇଁ ଅଭ୍ୟାସ କରିଛନ୍ତି। ୬ ଦିନର ହାର୍ଡ କ୍ୱାରାଣ୍ଟାଇନ୍‌ ପରେ ସ୍ଥାନୀୟ ଚିପକ ଷ୍ଟାଡିୟମରେ ପ୍ରଥମ ଟ୍ରେନିଂ ସେସନରେ ଏହି ଖେଳାଳିମାନେ ଝାଳ ବୁହାଇଛନ୍ତି। ସେପଟେ ଇଂଲଣ୍ଡ ଦଳର ଅନ୍ୟ ଖେଳାଳିମାନେ ସେମାନଙ୍କର ଦ୍ୱିତୀୟ କୋଭିଡ୍‌-୧୯ ଟେଷ୍ଟ କ୍ଲିୟର କରିଛନ୍ତି।
ଅଭ୍ୟାସ କରିଥିବା ଏହି ୩ ଖେଳାଳି ଶ୍ରୀଲଙ୍କା ଗସ୍ତରେ ସାମିଲ ନ ଥିଲେ। ଅତ୍ୟଧିକ କାର୍ଯ୍ୟଭାର ପାଇଁ ଷ୍ଟୋକ୍ସ ଓ ଆର୍ଚରଙ୍କୁ ବିଶ୍ରାମ ଦିଆଯାଇଥିଲା। ତେବେ ବନର୍‌ସ ନିଜର ପ୍ରଥମ ସନ୍ତାନ ଜନ୍ମ ପାଇଁ ପିତୃତ୍ୱ ଛୁଟିରେ ରହିଥିଲେ। ତେଣୁ ଅନ୍ୟମାନଙ୍କ ପୂର୍ବରୁ ଏହି ୩ ଖେଳାଳି ଆଗୁଆ ଭାରତ ଆସି ସେମାନଙ୍କର ୩ଟି ଆରଟି- ପିସିଆର ଟେଷ୍ଟ କ୍ଲିୟର କରି ଅଭ୍ୟାସ କରିବାର ସୁଯୋଗ ପାଇଛନ୍ତି। ଆର୍ଚର, ବନର୍‌ସ ଓ ଷ୍ଟୋକ୍ସ ଆଗାମୀ ୩ ଦିନ ସକାଳେ ଅଭ୍ୟାସ କରିବେ। ଅଭ୍ୟାସ ପାଇଁ ଏମାନଙ୍କୁ ଦୁଇଘଣ୍ଟା ସମୟ ଦିଆଯାଇଛି।
ସମ୍ପୂର୍ଣ୍ଣ ଇଂଲଣ୍ଡ ଦଳ ଶୁକ୍ରବାର ସେମାନଙ୍କ ଦ୍ୱିତୀୟ ପିସିଆର କୋଭିଡ୍‌-୧୯ ଟେଷ୍ଟ କରାଇଛନ୍ତି। ସମସ୍ତଙ୍କର ରିପୋର୍ଟ ନେଗେଟିଭ୍‌ ଆସିଛି। ଆସନ୍ତା ୨ ତାରିଖରୁ ସମ୍ପୂର୍ଣ୍ଣ ଇଂଲଣ୍ଡ ଦଳ ଟ୍ରେନିଂ ଆରମ୍ଭ କରିବ। ୫ ତାରିଖରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହେବ।

The post ଅଭ୍ୟାସ କଲେ ଷ୍ଟୋକ୍ସ, ଆର୍ଚର, ବର୍ଣ୍ଷ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...