Skip to main content

ବିଟ୍‌ କଏନ୍‌ ମୂଲ୍ୟ ହ୍ରାସର ସମ୍ମୁଖୀନ

ନୂଆଦିଲ୍ଲୀ: ବିଶ୍ୱର ସବୁଠୁ ମୂଲ୍ୟବାନ ଡିଜିଟାଲ ମୁଦ୍ରା କୁହାଯାଉଥିବା କ୍ରିପ୍ଟୋ କରେନ୍ସି ବା ବିଟ୍‌ କଏନ୍‌ ବର୍ତ୍ତମାନ ସମୟରେ ମୂଲ୍ୟ ହ୍ରାସର ସମ୍ମୁଖୀନ ହୋଇଛି। ଗତ କିଛି ଦିନ ହେବ ଏହା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ୨ଦିନ ହେଲା ସେଥିରେ ଅସ୍ଥିରତା ଦେଖାଦେଇଛି। ପୂର୍ବରୁ ଏହାର ମୂଲ୍ୟ ୫୬ ହଜାର ଡଲାରରେ ଥିବାବେଳେ ଶନିବାର ଏହି କଏନ ଦର ୪୬ ହଜାର ୩୦୦ ଡଲାରରେ କାରବାର କରୁଥିବା ଦେଖାଯାଇଛି। ବିଟ୍‌ କଏନ୍‌ ଗୋଟିଏ ବର୍ଷରେ ନିବେଶକଙ୍କୁ ୫୪.୮୫% ରିଟର୍ନ ଦେଇଥିବା ଜଣାପଡିଛି। ଏଥିରେ ଏଲନ ମସ୍କ ନିବେଶ କରିବା ପରଠାରୁ ଏହାର ଦର ଅନିୟନ୍ତ୍ରିତ ହୋଇଚାଲିଥିଲା। ଫଳରେ ପ୍ରାୟ ୩୫୦ ବିଲିୟନ ଡଲାର ମାର୍କେଟ କ୍ୟାପିଟାଲ ବୃଦ୍ଧି ସହ ବିଟ୍‌ କଏନ୍‌ ବିଶ୍ୱର ସବୁଠୁ ମୂଲ୍ୟବାନ ମୁଦ୍ରାରେ ପରିବର୍ତ୍ତିତ ହୋଇସାରିଥିଲା। ସାରା ବିଶ୍ୱ ୨୦୦୯ ମସିହାରେ ଗୁରୁତର ଭାବେ ଆର୍ଥିକ ସଙ୍କଟରେ ଗତି କରୁଥିବା ବେଳେ ଏହି ଡିଜିଟାଲ ମୁଦ୍ରାର ନୂଆକରି ନିବେଶ ଆରମ୍ଭ ହୋଇଥିଲା। ଏହା ୨୦୧୭ ବେଳକୁ ବିଶ୍ୱବାସୀଙ୍କୁ ଆକୃଷ୍ଟ କରିବା ସହ ନିବେଶର ମାଧ୍ୟମ ହୋଇସାରିଥିଲା। ତେବେ ୨୦୧୮ ମସିହାରେ ଅଚାନକ ଏହାର କାରବାର ହ୍ରାସ ହେବା ନିବେଶକଙ୍କୁ କ୍ଷତିରେ ପକାଇଥିଲା।

The post ବିଟ୍‌ କଏନ୍‌ ମୂଲ୍ୟ ହ୍ରାସର ସମ୍ମୁଖୀନ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...