Skip to main content

୨୫୦ରେ ଟିକା

ନୂଆଦିଲ୍ଲୀ, ୨୮।୨: ଘରୋଇ ହସ୍ପିଟାଲ ଓ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ଟିକା ଡୋଜ୍‌ ପିଛା ୨୫୦ ଟଙ୍କାରେ ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହା ସ୍ଥିର ହୋଇଛି। ତେବେ ସରକାରୀ ହସ୍ପିଟାଲ ଓ ଟିକାଦାନ କେନ୍ଦ୍ରରେ ଟିକା ମାଗଣାରେ ମିଳିବ। ମାର୍ଚ୍ଚ ୧ରୁ ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେଉଛି। ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଏବଂ ବହୁବିଧ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ କୋଭିଡ୍‌ ଟିକା ଦିଆଯିବ। ଜନସାଧାରଣ ନିଜ ପସନ୍ଦରେ ଟିକାକେନ୍ଦ୍ର ଚୟନ କରିବେ। ଘରୋଇ ହସ୍ପିଟାଲରେ ଟିକା ନେବାକୁ ଚାହୁଁଥିବା ବ୍ୟକ୍ତି ଡୋଜ୍‌ ପ୍ରତି ୨୫୦ ଟଙ୍କା ଦେବେ। ସେଥିରୁ ଟିକା ପ୍ରସ୍ତୁତକାରୀ କମ୍ପାନୀ ୧୫୦ ଟଙ୍କା ପାଇବାକୁ ଥିବାବେଳେ ୟୁଜର ଫି ୧୦୦ ଟଙ୍କା ହସ୍ପିଟାଲକୁ ମିଳିବ। ଉକ୍ତ ୧୦୦ ଟଙ୍କାରୁ ଟିକା ଦେଉଥିବା କର୍ମଚାରୀ ୫୦ ଟଙ୍କା ପାଇବେ ବୋଲି ସ୍ଥିର କରାଯାଇଛି।
ନୀତି ଆୟୋଗ ସଦସ୍ୟ (ସ୍ବାସ୍ଥ୍ୟ)ଙ୍କ ନେତୃତ୍ୱରେ ସରକାରୀ ଅଧିକାରୀମାନଙ୍କ ସହ ଦୁଇ ଉତ୍ପାଦନକାରୀ କମ୍ପାନୀର ପ୍ରତିନିଧିଙ୍କର ଏକାଧିକ ପର୍ଯ୍ୟାୟ ବୈଠକ ପରେ ଟିକା ଦର ଧାର୍ଯ୍ୟ ହୋଇଛି। ସ୍ବାସ୍ଥ୍ୟ କର୍ମଚାରୀ ଏବଂ ଆଗଧାଡ଼ିର କୋଭିଡ୍‌ ଯୋଦ୍ଧାମାନଙ୍କ ପାଇଁ ସରକାର ଯେଉଁ ଦରରେ ଟିକା କିଣିଥିଲେ ତାହାଠାରୁ କମ୍‌ ଦରରେ ଘରୋଇ ହସ୍ପିଟାଲରେ ଜନସାଧାରଣଙ୍କ ପାଇଁ ଉପଲବ୍ଧ ହେବ। କେନ୍ଦ୍ର ସରକାର ଟିକସକୁ ବାଦ୍‌ ଦେଇ ସିରମ୍‌ ଇନ୍‌ଷ୍ଟିଚ୍ୟୁଟରୁ କୋଭିଶିଲ୍ଡ ୨୦୦ ଟଙ୍କା ଏବଂ ଭାରତ ବାୟୋଟେକ୍‌ଠାରୁ କୋଭାକ୍ସିନ୍‌ ୨୯୫ ଟଙ୍କାରେ କିଣିଥିଲେ। ଗତ ମାସରେ କୋଭିଶିଲ୍ଡ ୧୧ କୋଟି ଏବଂ କୋଭାକ୍ସିନ ୫.୫ କୋଟି ଡୋଜ୍‌ କିଣାଯାଇଥିଲା। ସୋମବାରଠାରୁ ଆରମ୍ଭ ହେଉଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ୨୦ ହଜାର ଘରୋଇ ହସ୍ପିଟାଲରେ କେବଳ କୋଭିଶିଲ୍ଡ ଟିକା ଉପଲବ୍ଧ ହେବ। କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଯୋଜନା ଏବଂ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ତାଲିକାଭୁକ୍ତ ହୋଇଥିବା ହସ୍ପିଟାଲଗୁଡ଼ିକୁ ଟିକାକରଣ ଅଭିଯାନରେ ସାମିଲ କରିବା ଲାଗି ଘରୋଇ ହସ୍ପିଟାଲ ସଂଘ ପକ୍ଷରୁ ସରକାରଙ୍କୁ ଅନୁରୋଧ କରାଯାଇଛି।
ଜାନୁୟାରୀ ୧୬ରୁ ଦେଶରେ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମଚାରୀ ଓ ସମ୍ମୁଖ କୋଭିଡ୍‌ ଯୋଦ୍ଧାମାନଙ୍କୁ ଟିକାଦାନ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ୧.୧୫ କୋଟି କର୍ମଚାରୀ ଟିକା ନେଇଛନ୍ତି। ସପ୍ଟଓ୍ବେରକୁ ବିକଶିତ କରିବା ପାଇଁ ଚଳିତ ସପ୍ତାହାନ୍ତରେ ଟିକାଦାନ ବନ୍ଦ ରଖାଯାଇଛି। କୋଭାକ୍ସିନ୍‌ ନେବାକୁ କର୍ମଚାରୀମାନେ ବିଶେଷ ଆଗ୍ରହ ପ୍ରକାଶ କରୁ ନ ଥିବାରୁ ଟିକାଦାନ ଅଭିଯାନ ମନ୍ଥର ହୋଇଛି। ଟିକା ନେଇଥିବା ଲୋକଙ୍କ ମଧ୍ୟରୁ ମାତ୍ର ୧୧ ପ୍ରତିଶତ କୋଭାକ୍ସିନ ନେବାକୁ ଆଗ୍ରହ ପ୍ରକାଶ କରିଥିଲେ।

The post ୨୫୦ରେ ଟିକା appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଦିନ କେଇଟାରେ ବଦଳିଗଲା ଭାଗ୍ୟ: ରେଷ୍ଟୁରାଣ୍ଟ ପାଲଟିଲା ‘ବାବା କା ଢ଼ାବା’

ଆଜିର ଅତ୍ୟାଧୁନିକ ଯୁଗରେ ସବୁଠାରୁ ବଡ଼ ଅସ୍ତ୍ର ପାଲଟିଛି ସୋସିଆଲ ମିଡିଆ। ଅନେକ ଏଥିଯୋଗୁ ରାତାରାତି ଷ୍ଟାର ପାଲଟୁଥିବା ବେଳେ ଏହା ଅନେକଙ୍କ ଜୀବନ ବଦଳାଇ ଦେଉଛି। କିଛିଦିନ ତଳେ ଏହି ସୋସିଆଲ ମିଡିଆରେ ଏକ ଢ଼ାବା ବେଶ୍‌ ଭାଇରାଲ ହୋଇଥିଲା,ଯାହାର ନାମ ଥିଲା ‘ବାବା କା ଢ଼ାବା’। ଏବେ ଏହା ରେଷ୍ଟୁରାଣ୍ଟରେ ପରିଣତ ହୋଇଛି। ୮୦ ବର୍ଷୀୟ ମାଲିକ କାନ୍ତା ପ୍ରସାଦ ନିଜ ପୁରୁଣା ଦୋକାନ ପାଖରେ ନୂଆ ରେଷ୍ଟୁରାଣ୍ଟ ଖୋଲି ସେଠାରେ ବସୁଛନ୍ତି। ତାଙ୍କ ଖାଇବାକୁ ପସନ୍ଦ କରୁଥିବା ଲୋକେ ମଧ୍ୟ ରେଷ୍ଟୁରାଣ୍ଟରେ ଭିଡ ଜମାଇବା ଆରମ୍ଭ କରିଛନ୍ତି। ଦିଲ୍ଲୀର ମାଲବୀୟ ନଗରରେ କାନ୍ତା ପ୍ରସାଦଙ୍କ ଛୋଟିଆ ଢାବା ଥିଲା। ମାର୍ଚ୍ଚରେ ଲକ୍‌ଡାଉନ୍‌ ଯୋଗୁ ଢ଼ାବାଟି ବେଶ୍‌ ପ୍ରଭାବିତ ହୋଇଥିଲା। ଫଳରେ ପରିବାରର ଗୁଜରାଣ ମେଣ୍ଟାଇବା କାନ୍ତାଙ୍କ ପକ୍ଷେ ସମ୍ଭବ ହେଉ ନ ଥିଲା। ପରେ ଜଣେ ବ୍ୟବହାରକାରୀ କାନ୍ତାଙ୍କ ଢ଼ାବାର ଏକ ଭିଡିଓ ଅପ୍‌ଲୋଡ୍‌ କରିଥିଲେ। ଭିଡିଓରେ ନିଜର ଦୁଃଖକାହାଣୀ କହିଥିଲେ କାନ୍ତା। ଏହା ଅନେକଙ୍କୁ ଭାବବିହ୍ବଳ କରିଥିବା ବେଳେ ଶହ ଶହ ସଂଖ୍ୟାରେ ଲୋକେ ତାଙ୍କ ଢ଼ାବାରେ ଭିଡ ଜମାଇବା ଆରମ୍ଭ କରିଥିଲେ। ଏବେ କାନ୍ତାଙ୍କ ନୂଆ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କ ବସିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି। ପୁରୁଣା ଢ଼ାବା ଭଳି କାନ୍ତାଙ୍କ ସ୍ତ୍ରୀ ବାଦାମୀ ଦେବୀ ରେଷ୍ଟୁରାଣ୍ଟରେ ମଧ୍ୟ ଖାଇବା ରେଷେଇ କରିବେ। ଅନ୍ୟ କର୍ମଚାରୀ ତାଙ୍କ ସାହାଯ...