Skip to main content

ପ୍ଲେ ଅଫ୍‌ରେ ନର୍ଥଇଷ୍ଟ ୟୁନାଇଟେଡ୍‌

ଭାସ୍କୋ, ୨୭ା୨: ସ୍ଥାନୀୟ ତିଳକ ମୈଦାନରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ର ଏକ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡ ୨-୦ ଗୋଲରେ କେରଳ ବ୍ଲାଷ୍ଟର୍ସ ଏଫ୍‌ସିକୁ ପରାସ୍ତ କରିଛି। ଏଥି ସହିତ ଦଳ ପ୍ଲେ-ଅଫ୍‌ରେ ସ୍ଥାନ ପକ୍କା କରିଛି। ଦଳ ପକ୍ଷରୁ ଭି.ପି. ସୁହେର (୩୪ତମ) ଓ ଲାଲେଙ୍ଗମାଓ୍ବିଆ (୪୫ତମ ମିନିଟ) ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ଏହାକୁ ମିଶାଇ ନର୍ଥଇଷ୍ଟ କ୍ରମାଗତ ୯ଟି ମ୍ୟାଚରେ ଅପରାଜେୟ ରହିଛି। କୋଚ୍‌ ଖଲିଦ ଜମିଲ ପ୍ରଥମ ଭାରତୀୟ ମ୍ୟାନେଜର ଭାବେ ୩ କିମ୍ବା ତା’ଠାରୁ ଅଧିକ ଲିଗ୍‌ ମ୍ୟାଚରେ ସଫଳତାର ସହ ଦାୟିତ୍ୱ ନିର୍ବାହ କରି ଇତିହାସ ସୃଷ୍ଟି କରିଛନ୍ତି। ପଏଣ୍ଟ ଟେବୁଲରେ ନର୍ଥଇଷ୍ଟ ୟୁନାଇଟେଡ୍‌ ତୃତୀୟ ସ୍ଥାନରେ ରହିଥିବାବେଳେ ଓଡ଼ିଶା ଏଫ୍‌ସି ଉପରେ କେରଳ ବ୍ଲାଷ୍ଟର୍ସ ୧୦ମ ସ୍ଥାନରେ ରହିଛି। ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ୧୦ଟି କର୍ନର ପାଇଥିଲେ ମଧ୍ୟ ସେଥିରୁ ଫାଇଦା ଉଠାଇ ପାରି ନ ଥିଲା। ସେ ତୁଳନାରେ ନର୍ଥଇଷ୍ଟକୁ ମାତ୍ର ୩ଟି କର୍ନର ମିଳିଥିଲା। ମ୍ୟାଚ ପରେ ବିଜୟୀ ଦଳ କୋଚ୍‌ ଖଲିଦ କହିଛନ୍ତି, ଖାସା କାମରା ହେଉଛନ୍ତି ତାଙ୍କ ଦଳର ଜଣେ ପ୍ରମୁଖ ଖେଳାଳି। ତାଙ୍କୁ କୌଣସି ପରାମର୍ଶର ଆବଶ୍ୟକ ପଡ଼ି ନ ଥାଏ। ଗାଲେଗୋ ଶତ ପ୍ରତିଶତ ଫିଟ୍‌ ନ ଥିବାରୁ ତାଙ୍କୁ ବିଶ୍ରାମ ଦିଆଯାଇଥିଲା। ତାଙ୍କ ଖେଳାଳିମାନେ କଠିନ ପରିଶ୍ରମ କରିଥିବାରୁ ସେ ଖୁସି। ଫାଇନାଲରେ ପ୍ରବେଶ ପାଇଁ ଆମକୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଏପରିକି ଆମେ ଏଫ୍‌ସି ଗୋଆ ଓ ହାଇଦ୍ରାବାଦ ଏଫ୍‌ସି ସହ ମୁକାବିଳା ପାଇଁ ପ୍ରସ୍ତୁତ ଅଛୁ।

The post ପ୍ଲେ ଅଫ୍‌ରେ ନର୍ଥଇଷ୍ଟ ୟୁନାଇଟେଡ୍‌ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...