Skip to main content

ଚୋରି କରିବାକୁ ଆସିଥିବା ବ୍ୟକ୍ତି ଏସି, ବେଡ୍‌ ଦେଖି ଶୋଇପଡ଼ିଲେ: ଆଉ ତାପରେ…

ଥାଇଲାଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଏକ ଘରେ ପ୍ରବେଶ କରିଥିଲେ। କିନ୍ତୁ ଘରର ସୁଖ ସୁବିଧା ଦେଖି ତାଙ୍କର ମନ ବଦଳିଗଲା। ଚୋର ଯେତେବେଳେ ଆରାମଦାୟକ ଶଯ୍ୟା ଏବଂ ଏସି ଦେଖିଥିଲା ସେ ଚୋରି ଛାଡି ବିଛଣାରେ ଶୋଇପଡ଼ିଲା। ତେବେ ଉକ୍ତ ଘରଟି ଜଣେ ପୋଲିସ ଅଧିକାରୀଙ୍କର ଥିଲା । ଘଟଣା ବିଷୟରେ ଜାଣିବା ପରେ ଘରେ ଶୋଇଥିବା ଚୋରକୁ ପୋଲିସ ଗିରଫ କରିଥିଲା। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଏକ ରିପୋର୍ଟ ଅନୁଯାୟୀ, ଫେଟାଚୁଆନ ପ୍ରଦେଶ ଭିଚିଆନ ବୁରି ଜିଲାର ପୋଲିସ ଅଧିକାରୀ ଜିଆମ ପର୍ଟଙ୍କ ଘରେ ବିଳମ୍ବିତ ରାତିରେ ଏକ ଚୋର ପଶିଥିଲା। ସେ ଘରେ ପ୍ରବେଶ କରିବା ଚୋରି ଉଦ୍ଦେଶ୍ୟରେ ଦାମୀ ଜିନିଷକୁ ବାନ୍ଧି ରଖିଥିଲେ। ଏହି ସମୟ ମଧ୍ୟରେ ତାକୁ ନିଦ ଲାଗିବାରୁ ସେ କୋଠରୀରେ ଏସି ଲଗାଇ ବିଛଣାରେ ଶୋଇପଡ଼ିଥିଲେ। ଘଟଣା ସମୟରେ ଘରର ଅନ୍ୟ ସଦସ୍ୟମାନେ ଅନ୍ୟ ଏକ କୋଠରୀରେ ଶୋଇଥିଲେ। ଏହି କୋଠରୀଟି ପୋଲିସ ଅଧିକାରୀଙ୍କ ଝିଅଙ୍କର ଥିଲା। ତେବେ ଉକ୍ତ ସମୟରେ ଝିଅ ଘରେ ନ ଥିଲେ। ପୋଲିସ ଅଧିକାରୀ ସକାଳୁ ଦେଖିବା ବେଳେକୁ ତାଙ୍କ ଝିଅ ରୁମ୍‌ରେ କେହି ଜଣେ ଅଜଣା ବ୍ୟକ୍ତି ଶୋଇଥିଲେ। ତେଣୁ ତୁରନ୍ତ ସେ ଅନ୍ୟ ପୋଲିସ ଅଧିକାରୀଙ୍କ ଫୋନ୍‌ କରି ଡାକିବା ପରେ ଉକ୍ତ ଚୋରକୁ ନିଦରୁ ଉଠାଇ ଗିରଫ କରିଥିଲେ।

The post ଚୋରି କରିବାକୁ ଆସିଥିବା ବ୍ୟକ୍ତି ଏସି, ବେଡ୍‌ ଦେଖି ଶୋଇପଡ଼ିଲେ: ଆଉ ତାପରେ… appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...