Skip to main content

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଅଧିନାୟକ ମନପ୍ରୀତଙ୍କ ପ୍ରତ୍ୟାବର୍ତ୍ତନ ବୀରେନ୍ଦ୍ର, ଶିଳାନନ୍ଦ, ଅମିତ ସାମିଲ

ନୂଆଦିଲ୍ଲୀ, ୩୧।୩(ପି.ଟି.): ଆସନ୍ତା ମାସରେ ଖେଳାଯିବାକୁ ଥିବା ଆର୍ଜେଣ୍ଟିନା ବିପକ୍ଷ ଅନ୍ତର୍ଜାତୀୟ ହକି ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ମ୍ୟାଚ୍‌ଗୁଡିକ ପାଇଁ ଏକ ୨୨ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହକି ଇଣ୍ଡିଆ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ବ୍ୟକ୍ତିଗତ କାରଣରୁ ଗତ କେତୋଟି ସିରିଜରୁ ଓହରିଯାଇଥିବା ଅଧିନାୟକ ମନପ୍ରୀତ ସିଂ ଏହି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଭାରତ ଏପ୍ରିଲ ୧୧ ଓ ୧୨ ତାରିଖରେ ବୁଏନସ ଆରିଜ୍‌ରେ ଘରୋଇ ଆର୍ଜୋଣ୍ଟିନା ବିପକ୍ଷରେ ମ୍ୟାଚ୍‌ ଖେଳିବ। ଏକ ୧୬ ଦିନିକିଆ ଗସ୍ତ ପାଇଁ ବୁଧବାର ବୁଏନସ ଆରିଜ୍‌ ଅଭିମୁଖେ ଭାରତୀୟ ଦଳ ବେଙ୍ଗାଲୁରୁ ଯାତ୍ରା କରିବ। ଦେଶ ଛାଡିବାର ୭୨ ଘଣ୍ଟା ପୂର୍ବରୁ ଖେଳାଳିମାନେ ବାଧ୍ୟତାମୂଳକ ଭାବେ ଆରଟିପିସିଆର ଟେଷ୍ଟର ସମ୍ମୁଖୀନ ହେବେ। ଦଳରେ ୩ ଜଣ ଓଡ଼ିଶା ଖେଳାଳି ଅମିତ ରୋହିଦାସ, ବୀରେନ୍ଦ୍ର ଲାକ୍ରା ଓ ଶିଳାନନ୍ଦ ଲାକ୍ରା ସାମିଲ ହୋଇଛନ୍ତି।
ଏପ୍ରିଲ ୬ ଓ ୭ ତାରିଖରେ ଭାରତ ଆର୍ଜେଣ୍ଟିନା ବିପକ୍ଷରେ ଦୁଇ ଅଭ୍ୟାସ ମ୍ୟାଚ୍‌ ଖେଳିବ। ଏହାପରେ ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଭାରତ ୧୩ ଓ ୧୪ ତାରିଖରେ ମଧ୍ୟ ଆଉ ଦୁଇଟି ଅଭ୍ୟାସ ମ୍ୟାଚ୍‌ ଖେଳିବ। ଜୁଲାଇରେ ଟୋକିଓ ଅଲିମ୍ପିକ୍ସ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ଦଳରେ ପି.ଆର. ଶ୍ରୀଜେସ, କ୍ରିଷନ ବାହାଦୁର ପାଠକ, ଅମିତ ରୋହିଦାସ, ଗୁରିନ୍ଦର ସିଂ, ସୁରେନ୍ଦର କୁମାର, ବୀରେନ୍ଦ୍ର ଲାକ୍ରା, ହାର୍ଦ୍ଦିକ ସିଂ, ବିବେକ ସାଗର ପ୍ରସାଦ, ରାଜ କୁମାର ପଲ, ନୀଳକାନ୍ତ ଶର୍ମା, ସମଶେର ସିଂ, ଗୁରଜନ୍ତ ସିଂ, ଦିଲପ୍ରୀତ ସିଂ, ମନଦୀପ ସିଂ ଓ ଲଲିତ କୁମାର ଉପାଧ୍ୟାୟ। ଦଳରେ ସ୍ଥାନ ପାଇଥିବା ଜସକରନ ସିଂ, ସୁମିତ ଓ ଶିଳାନନ୍ଦ ଲାକ୍ରା ଦୀର୍ଘ ଗୋଟିଏ ବର୍ଷ ପରେ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବାର ସୁଯୋଗ ହାସଲ କରିବେ। ୟୁରୋପ ଗସ୍ତରେ ଯାଇଥିବା ଅଭିଜ୍ଞ ଆକାଶଦୀପ ସିଂ, ରମନଦୀପ ସିଂ ଓ ସିମରନଜିତ ସିଂଙ୍କୁ ବିଶ୍ରାମ ଦିଆଯାଇଛି। ଦଳରେ ସନ୍ତୁଳନ ରକ୍ଷା କରିବାକୁ ଅଭିଜ୍ଞ ଓ ଯୁବ ଖେଳାଳିଙ୍କୁ ସାମିଲ କରାଯାଇଛି ବୋଲି ଭାରତୀୟ ହେଡ୍‌ କୋଚ୍‌ ଗ୍ରାହମ ରିଡ୍‌ କହିଛନ୍ତି।

The post ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଅଧିନାୟକ ମନପ୍ରୀତଙ୍କ ପ୍ରତ୍ୟାବର୍ତ୍ତନ ବୀରେନ୍ଦ୍ର, ଶିଳାନନ୍ଦ, ଅମିତ ସାମିଲ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...