ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍ ଗ୍ରୀସ୍ର୍ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍ ରୁଷିଆର ଡାନିଲି ମେଡ୍ଭେଡେଭ, ଆମେରିକାର ଅଣସିଡ୍ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍ଡୋନାଲ୍ଡ ଓ ସପ୍ତମ ସିଡ୍ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍ ନରଓ୍ବେର କାସପେର ରୁଡ୍ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍ରେ ୨୧ତମ ସିଡ୍ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍ରେ ୧୯ତମ ସିଡ୍ ରୁଷିଆ...