Skip to main content

ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ

କୁଆମରା, ୩୦।୪ (ଡି.ଏନ.ଏ.)-କର୍କଟ ରୋଗାକ୍ରାନ୍ତ ସ୍ତ୍ରୀଙ୍କୁ ଭଲ କରିବା ପାଇଁ ସ୍ବାମୀ ବାରଦୁଆର ବୁଲି ବୁଲି ଅର୍ଥ ଭିକ୍ଷା କରୁଛନ୍ତି। ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରି ନ ପାରି ସହାୟତା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ବ୍ୟକ୍ତିଙ୍କଠାରେ ହାତ ପାତିି ଆକୁଳ ନିବେଦନ କରୁଥିବା ଦେଖିବାକୁ ମିଳିଛି। ଏପରି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ସାଇଁକୁଳା ଗଡସାହି ଗ୍ରାମରେ। ଏହି ଗ୍ରାମର ପ୍ରଫୁଲ୍ଲ ଚନ୍ଦ୍ର ବେହେରାଙ୍କ ସ୍ତ୍ରୀ କଳ୍ପଲତା (୫୦) ଗତ ଜାନୁୟାରୀ ମାସରେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ସ୍ଥାନୀୟ ଡାକ୍ତରଖାନାରେ ମାସେ କାଳ ଚିକିତ୍ସିତ ହେବା ପରେ ରୋଗ ଉପସମ ହେଲା ନାହିଁ। ଫଳରେ ସେ ବାଲେଶ୍ୱର ଡାକ୍ତରଖାନା ଯାଇଥିଲେ। ସେଠାରେ କଳ୍ପଲତାଙ୍କ ପାଟିରେ ଘା’ ଦେଖି ଡାକ୍ତର କ୍ୟାନ୍ସର ବୋଲି କହିବା ପରେ ପ୍ରଫୁଲ୍ଲଙ୍କ ପାଦତଳୁ ମାଟି ଖସି ପଡ଼ିଥିଲା। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ କଳ୍ପଲତାଙ୍କୁ ନେଇ କଟକ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ୍‌କୁ ଯାଇଥିଲେ। ସେଠାରେ ୩ ଦିନ ରହି ଚିକିତ୍ସିତ ହୋଇଥିଲେ। ସେଠାରେ ଚିକିତ୍ସାରେ ଅବହେଳା କରାଯିବା ସହ ଅସ୍ତ୍ରୋପଚାର ପାଇଁ ଏକ ଘରୋଇ ହସ୍ପିଟାଲକୁ ପଠାଇ ଦିଆଯାଇଥିବା ପ୍ରଫୁଲ୍ଲ ଅଭିଯୋଗ କରିଛନ୍ତି। ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ପାଖରେ ସମ୍ବଳ ନ ଥିବାରୁ ଶେଷରେ କଳ୍ପଲତାଙ୍କୁ ଘରକୁ ଫେରାଇ ଆଣିଥିଲେ। ପ୍ରଫୁଲ୍ଲଙ୍କ ଦୁଇ ଝିଅ ବିବାହ କରି ସାରିଥିବା ବେଳେ ଏକ ମାତ୍ର ପୁଅ ମା’ ବାପାଙ୍କଠାରୁ ଅଲଗା ରହୁଛନ୍ତି। ପ୍ରଫୁଲ୍ଲଙ୍କ ବୟସ ଗଡ଼ି ଚାଲିଥିବା ବେଳେ ଆଉ ପର ଘରେ କାମଧନ୍ଦା କରି ନ ପାରି ଅନେକ ସମୟରେ ସ୍ତ୍ରୀ ସ୍ବାମୀ ଉପାସରେ ଦିନ କାଟୁଛନ୍ତି। ରୋଗ ଭଲ ହେବା ପାଇଁ ଅତିକମ୍‌ରେ ୨ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି ବୋଲି ଡାକ୍ତର କହିଛନ୍ତି। ସହାୟତା ପାଇଁ ସେ ସ୍ଥାନୀୟ ଉପଜିଲାପାଳଙ୍କଠାରେ ଆବେଦନ କରିଥିଲେ। ଉପ ଜିଲାପାଳ ତାଙ୍କ ଦରଖାସ୍ତଟିକୁ ଜିଲାପାଳଙ୍କ ମଞ୍ଜୁରୀ ନିମନ୍ତେ ପଠାଇଛନ୍ତି। କଳ୍ପଲତାଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଯୋଗାଇ ଦେବାକୁ ସେ ଗୁହାରି କରିଛନ୍ତି।

The post ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...