Skip to main content

ଜୀବନ ବଞ୍ଚାଉଛି ଚୁଆପାଣି

କପ୍ତିପଦା,୨୯ା୪(ଡି.ଏନ୍‌.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ୩୦୦ ଊର୍ଦ୍ଧ୍ୱ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ନିଦାବିଷ୍ଣୁ ସାଜିଛି। ଅଦ୍ୟାବଧି ଏହିି ଗ୍ରାମର ଲୋକେ ଚୁଆ ପାଣି ପିଉଛନ୍ତି। ସରକାରୀ ଭାବେ ଏହି ଗାଁରେ କେବଳ ଗୋଟିଏ ଛୋଟ ଗଡ଼ିଆ ଓ ୨ଟି ନଳ କୂଅ ରହିଛି।ଯାହାକି ଖରାଦିନେ ଶୁଖିଯାଏ। ବର୍ତ୍ତମାନ ଗ୍ରାମରେ ସେହି ପରିସ୍ଥିତି ଦେଖା ଦେଇଥିବା ବେଳେ ଲୋକେ ବିଲରେ ଚୁଆ ଖୋଳି ସେହି ପାଣିକୁ ବ୍ୟବହାର କରିବା ପାଇଁ ବାଧ୍ୟ ହେଉଛନ୍ତି।
ଗାଁରେ ଛୋଟ ଛୋଟ ପିଲା ଗୋଳିଆ ପାଣି ଗଡ଼ିଆରେ ଗାଧୋଇବା ଓ ଚୁଆ ପାଣି ପିଇ ବହୁ ଦୂରାରୋଗରେ ପଡ଼ୁଥିବା କୁହନ୍ତି ପାନମଣୀ ସିଂ ଓ ଗୁରୁବାରୀ ସିଂ। ଗାଁରେ ଥିବା ନଳକୂଅର ଜଳସ୍ତର ଖରା ଦିିନେ ତଳକୁ ଚାଲି ଯାଉଥିବାରୁ ପାଣି ବାହାରୁ ନାହିଁ ା ପଥୁରିଆ ଅଞ୍ଚଳ ଆଳ କରି ଜଳସ୍ତର ଠିକ୍‌ ଭାବେ ନ ଥିବାରୁ ନୂତନ ନଳକୂପ ମଧ୍ୟ ଖୋଳା ଯାଉ ନାହିଁ। ଚୁଆ ପାଣି ଲୋକଙ୍କ ଜୀବନ ବଞ୍ଚାଉଥିବା କୁହନ୍ତି ବିଜୟ ସିଂ ଓ ଶିବୁ ସିଂ। ଖରା ଦିନ ପାଇଁ ବିଭାଗ ପକ୍ଷରୁ ୨ ଦିନରେ ଥରେ ଟ୍ୟାଙ୍କର ପାଣି ଯୋଗାଇ ଦିଆଯିବ ବୋଲି ଶୁଣିବାକୁ ମିଳୁଥିବା ଜଙ୍ଗଲ ରାସ୍ତାରେ ୧କି.ମି ଦୂର ପାଣି ଆଣିବକୁ ଯିବାକୁ ପଡୁଛି ବୋଲି ଜିତେନ୍ଦ୍ର ସିଂ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀଙ୍କୁ ପଚାରିବାରୁ ସାରଜମଡ଼ିରେ ଗୋଟିଏ ନଳକୂଅ ଖୋଳା ଯାଇଥିବା ବେଳେ ଅନ୍ୟ ଗୋଟିଏ ପାଇଁ ପ୍ରସ୍ତାବ ରହିଛି। ପଥୁରିଆ ଜାଗା ହୋଇଥିବାରୁ ସମସ୍ୟା ରହୁଛି। ଖରାଦିନେ ଟ୍ୟାଙ୍କର ଯୋଗେ ଲୋକଙ୍କୁ ପାଣି ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି।

The post ଜୀବନ ବଞ୍ଚାଉଛି ଚୁଆପାଣି appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...