ପୂର୍ବ ଆଲୋଚନାରେ (ଧରିତ୍ରୀ, ୨୬ା୪ା୨୧) ‘ମଗୋ ଜାତୀୟ ବ୍ରାହ୍ମଣ’ଙ୍କ ପ୍ରସଙ୍ଗ ଆମେ ଆଲୋଚନା କରିଥିଲେ। ପ୍ରାଚୀନ ଭାରତର ଇତିହାସ ପୁସ୍ତକରେ ବା ଭଗବତ୍ ଶରଣ ଉପାଧ୍ୟାୟ ଏ ସମ୍ପର୍କିତ ମତ ଦେବାପରେ ଡ. ରାମ୍ଜୀ ଉପାଧ୍ୟାୟ ଏହି ମତକୁ ଆଗେଇ ନେଇଥିଲେ। ମଗୋମାନେ ତୃତୀୟ ଶତାବ୍ଦୀରେ ଭାରତକୁ ଆସି ସୂର୍ଯ୍ୟଙ୍କ ଉପାସନା କରିଥିଲେ ବୋଲି ଲେଖିବା ପରେ କେତେକ ଐତିହାସିକ କୁଶାଣ ଯୁଗରେ ସୂର୍ଯ୍ୟ ଉପାସନା ଇରାନରୁ ଭାରତକୁ ଆସିଥିଲା ବୋଲି ମତ ଦେଇଥିଲେ। ବାସ୍ତବରେ କୁଶାଣ ଯୁଗ ପୂର୍ବରୁ ଭାରତରେ ସୂର୍ଯ୍ୟ ଉପାସନା ପ୍ରଚଳିତ ଥିଲା। ବେଦ ହିଁ ଏହାର ପ୍ରମାଣ। ତୃତୀୟ ଶତକ ପୂର୍ବରୁ ରାମାୟଣ, ମହାଭାରତ, କେତେକ ପୁରାଣ ଓ ତନ୍ତ୍ରଗ୍ରନ୍ଥ ଲେଖା ସରିଥିଲା। ମହାଭାରତରେ ସେତେବେଳକୁ ସୂର୍ଯ୍ୟ ହୋଇ ସାରିଥିଲେ ‘ବ୍ରହ୍ମଶାଶ୍ୱତ’। ପୁରାଣ ଶାସ୍ତ୍ରରେ ସୂର୍ଯ୍ୟଙ୍କର କ୍ରାନ୍ତିବୃତ୍ତିକୁ ସୂର୍ଯ୍ୟରଥ ବୋଲି ପ୍ରମାଣ କରାଯାଇ ସାରିଲାଣି। ଜ୍ୟୋତିଷ ତତ୍ତ୍ୱର ରହସ୍ୟ ପୁରାଣ ଶାସ୍ତ୍ରରେ ସ୍ଥାନ ପାଇ ସାରିଥିଲା। ସୂର୍ଯ୍ୟଙ୍କ ରଥ ବେଦମୟ, ମୁହୂର୍ତ୍ତକେ ୩୪ ଲକ୍ଷ ୮୦୦ ଯୋଜନ ଏହି ରଥ ଗତିକରେ। ଗୋଟିଏ ଚକ ହେଉଛି ସମ୍ବତ୍ସର। ୧୨ ମାସର ପ୍ରତୀକ ୧୨ଟି ଅର। ୬ ଋତୁ ପରି ୬ଟି ପଇ। ଅରୁଣ ହେଉଛନ୍ତି ସାରଥି। ଦତ୍ତାତ୍ରେୟ ତନ୍ତ୍ରରେ ସୂର୍ଯ୍ୟଙ୍କର ରଥର ରହସ୍ୟ ସବିଶେଷ ବର୍ଣ୍ଣନା ହୋଇ ସାରିଥିଲା। ସ୍ଥାପତ୍ୟ କଳାର ଏତେସବୁ ରହସ୍ୟ ଓଡ଼ିଆ ଶିଳ୍ପୀ ଜାଣିଥିଲେ। ବ