Skip to main content

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଭାରତୀୟ ଦଳ ସ୍ବତନ୍ତ୍ର ଆଇସୋଲେଶନରେ ରହିବ

ଦୁବାଇ,୩୦।୫(ପି.ଟି.): ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଖେଳିବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ସାଉଥାମ୍ପଟନରେ ସ୍ବତନ୍ତ୍ର ମ୍ୟାନେଜ୍‌ଡ ଅର୍ଥାତ ପ୍ରବନ୍ଧିତ ଆଇସୋଲେଶନରେ ରହିବ। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ସ୍ପଷ୍ଟ କରିଛି। ୟୁକେରେ ପହଞ୍ଚିବା ପରେ ଭାରତୀୟ ଦଳର ସଦସ୍ୟମାନେ ହାର୍ଡ କ୍ୱାରାଣ୍ଟାଇନ୍‌ରେ ରହିବେ। ତେବେ ଏହାର ପ୍ରକୃତ ସମୟ ଅବଧୀ କେତେ ରହିବ ସେ ନେଇ ଆଇସିସି କିଛି କହିନାହିଁ।
ଜୁନ୍‌ ୧୮ରୁ ୨୨ ତାରିଖ ମଧ୍ୟେ ର ସାଉଥାମ୍ପଟନର ହାମ୍ପସାୟାର ବାଉଲ୍‌ରେ ବିଶ୍ୱର ଶ୍ରେଷ୍ଠ ଦୁଇଟି ଟେଷ୍ଟ ଦଳ ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ନ୍ୟୁଜିଲାଣ୍ଡ ଦଳ ଏବେ ଇଂଲଣ୍ଡ ରହୁଛି ଓ ଘରୋଇ ଦଳ ବିପକ୍ଷରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅପରପକ୍ଷରେ ବିରାଟ କୋହଲିଙ୍କ ଭାରତୀୟ ଦଳ ଜୁନ୍‌ ୩ ତାରିଖରେ ୟୁକେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଭାରତୀୟ ଖେଳାଳିମାନେ ଭାରତରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ ପିରିୟଡ୍‌ରେ ରହିବେ।
ୟୁକେରେ ପହଞ୍ଚିବା ପରେ ଭାରତୀୟ ଖେଳାଳିମାନେ ହାମ୍ପଶୟାର ବାଉଲର ଟିମ୍‌ ହୋଟେଲକୁ ଯିବେ। ଏଠରେ ଖେଳାଳିମାନଙ୍କର ଆଉଥରେ ପରୀକ୍ଷା କରାଯିବ। ଏହାପରେ ଯାଇ ଭାରତୀୟ ଖେଳାଳିମାନେ ସ୍ବତନ୍ତ୍ର ଆଇସୋଲେଶନରେ ରହିବେ ବୋଲି ଆଇସିସି ତରଫରୁ କୁହାଯାଇଛି। କ୍ୱାରାଣ୍ଟାଇନର ସମୟ ଅବଧୀ ସମ୍ପର୍କରେ କିଛି କୁହାଯାଇନାହିଁ। ତେବେ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିମାନେ ୩ ଦିନିଆ ବାଧ୍ୟତାମୂଳକ ରୁମ କ୍ୱାରାଣ୍ଟାଇନ୍‌ରେ ରହିବା ପରେ ଟ୍ରେନିଂ କରିବାର ସୁଯୋଗ ପାଇଥିଲେ। ଆଇଲୋଶେନରେ ନିୟମତ ଭାବେ ଖେଳାଳିମାନଙ୍କ ପରୀକ୍ଷା କରାଯିବ। ମୁମ୍ବାଇରେ ବାୟୋବବଲରେ ୧୪ ଦିନିଆ କ୍ୱରାଣ୍ଟାଇନରେ ରହିବା ଅବସରରେ ୬ଟି ଆରଟି- ପିସିଆର ନେଗେଟିଭ ଟେଷ୍ଟ ପରେ ୟୁକେରେ ପ୍ରବେଶ କରିବେ।
ରବିଚନ୍ଦ୍ରନ ଅଶ୍ୱିନ, ମୟଙ୍କ ଅଗ୍ରଓ୍ବାଲ, ଓ୍ବାଶିଂଟନ ସୁନ୍ଦର ମେ ୨୫ରୁ ଏକ ସପ୍ତାହ ଧରି କ୍ୱାରାଣ୍ଟାଇନ ପରେ ଓ ୩ଟି ନେଗେଟିଭ େଷ୍ଟେ ପରେ ହୋଟେଲ ଜିମ୍ନାସିୟମ ବ୍ୟବହାର କରିବାକୁ ଅନୁମତି ପାଇଛନ୍ତି। ତେବେ କୋହଲି ଓ ରୋହିତ ଶର୍ମା ବିଳମ୍ବରେ ଯୋଗ ଦେଇଥିବାରୁ ରୁମ୍‌ କ୍ୱାରାଣ୍ଟାଇନ ଶେଷ କରିବେ ଓ ତାପରେ ଯାଇ ୟୁକେ ଯିବେ। ରୁମ୍‌ରେ ଏହି ଦୁଇ ଖେଳାଳିଙ୍କୁ ଜିମ୍‌ ସରଞ୍ଜାମ ପ୍ରଦାନ କରାଯାଇଛି।
ୟୁକେରେ ପ୍ରତ୍ୟେକ ନେଗେଟିଭ ଟେଷ୍ଟ ପରେ ଖେଳାଳମାନେ ସମୟକ୍ରମେ ଅଧିକରୁ ଅଧିକ କାର୍ଯ୍ୟକଳାପର ସୁବିଧା ପାଇବେ। ପ୍ରଥମେ ଛୋଟିଆ ଗ୍ରୁପ୍‌ରେ ଏକ୍ସରସାଇଜ କରିବା ପରେ ବଡ଼ ଦଳରେ ନିଜର କ୍ରିୟାକଳାପ କରିବାର ସୁଯୋଗ ପାଇବେ। ତେବେ ସମ୍ପୂର୍ଣ୍ଣ ଜୈବ ସୁରକ୍ଷିତ ଭେନ୍ୟୁରେ ଖେଳାଳିଙ୍କୁ ରହିବାକ ପଡିବ। ଅନ୍ୟପଟେ ଜୁନ୍‌ ୧୫ରେ ନ୍ୟୁଜିଲାଣ୍ଡ ଦଳ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଜୈବ ସୁରକ୍ଷିତ ପରିବେଶରୁ ଡବ୍ଲ୍ୟୁଟିସି ଫାଇନାଲ ବବଲକୁ ସ୍ଥାନନ୍ତର ହେବ। ସାଉଥାମ୍ପଟନରେ ପହଞ୍ଚିବା ପୂର୍ବରୁ ଓ ପରେ ଦଳ ନିୟମିତ ଭାବେ ପରୀକ୍ଷାର ସମ୍ମୁଖୀନ ହେବ।

The post ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଭାରତୀୟ ଦଳ ସ୍ବତନ୍ତ୍ର ଆଇସୋଲେଶନରେ ରହିବ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ...