Skip to main content

ଦୂରସ୍ତାନକୁ ଯାତ୍ରା କରୁଥିଲେ

ଯାତ୍ରା ସର୍ବଦା ଆନନ୍ଦ ଦାୟକ ଓ ରୋମାଞ୍ଚକର ହୋଇଥାଏ। ମାତ୍ର ଏକୁଟିଆ ଯାତ୍ରା ଅନେକ କଷ୍ଟଦାୟକ। ଆଉ ଏହି ସମୟରେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ। ତେବେ ଏକେଲା ଯାତ୍ରା ସମୟରେ ନିତ୍ୟବ୍ୟବହାର୍ଯ୍ୟ ଜିନିଷ, କ୍ଷୁଦ୍ର ଯନ୍ତ୍ରପାତି ପାଖରେ ରଖିବା ନିତ୍ୟାନ୍ତ ଆବଶ୍ୟକ। କାରଣ ଦୂର କିମ୍ବା ପାହାଡ ଆଦି ସ୍ତାନଗୁଡ଼ିକରେ ସେ ସବୁ ମିଳିବା ଅସମ୍ଭବ। ଆଜି ଆପଣ ଏପରି କିଛି ଯନ୍ତ୍ରପାତି ବିଷୟରେ ଜାଣିବେ ଯାହା ଆପଣଙ୍କ ଏକୁଟିଆ ଯାତ୍ରାକୁ ସହଜ କରିଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ।

ଭିଜୁଆଲ ଲେକ୍‌ ପ୍ରୁଫ୍‌ ଟ୍ରାଭେଲ୍‌ ବଟଲ୍‌: ଏଥିରେ ଆପଣଙ୍କର ଯରୁରି ବ୍ୟବହାର୍ଯ୍ୟ ଜିନିଷ ରଖିପାରିବେ। ଯାହା ଲଗେଜ୍‌ ବ୍ୟାଗ୍‌ରେ କମ୍‌ ଯାଗା ନେଇଥାଏ। ସବୁଠୁ ଖାସ୍‌ ଖଥା ଏହାକି ପ୍ରେସର ପଡ଼ିଲେ ମଧ୍ୟ ଏଥିରେ ଥିବା ଜିନିଷ ଲିକେଜ୍‌ ହୋଇ ନଥାଏ।

ଟ୍ରାଭେଲୋନ୍‌ ଆଣ୍ଟି ଥେପ୍ଟ ବ୍ୟାଗ୍‌: ଏହି ବ୍ୟାଗ୍‌ ଅଧିକ ମଜଭୁତ ହୋଇ ଥାଏ। ଏଥିରେ ଅନେକ ପ୍ୟାକେଟ୍‌ ମଧ୍ୟ ରହିଥାଏ ଯେଉଁଥିରେ ଆପଣ ଆପଣଙ୍କ ଗୁରୁତ୍ୱପୂର୍ଣ୍ଣ ଜିନିସ ବିନ କୌଣସି ଭୟରେ ରଖିପାରିବେ।

ହେଡଫୋନ୍‌: ଯଦି ଆପଣଙ୍କ ବାହାରର କୋଳାହଳ ଓ ଶବ୍ଦକୁ ଶୁଣିବାକୁ ନାପସନ୍ଦ କରୁଥାନ୍ତି ତେବେ ଏହା ଆପଣଙ୍କୁ ସାଯାର୍ଯ୍ୟ କରିବ।

ଏନର୍ଜି ପ୍ରୋ ପ୍ୟାକ୍‌ ପାଓ୍ବାର ବ୍ୟାକ: ଏଥିରେ ୩ ଟି ଡେଭିସ୍‌ ଏକ ସାଥିରେ ଚାର୍ଜ ହୋଇଥାଏ।

The post ଦୂରସ୍ତାନକୁ ଯାତ୍ରା କରୁଥିଲେ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...