Skip to main content

ଜେମିମା ଖେଳିବେ ଦି ହଣ୍ଡ୍ରେଡ୍‌ ଟୁର୍ନାମେଣ୍ଟ

ମୁମ୍ବାଇ, ୩୦ା୫ (ପି.ଟି.)-ୟୁନାଇଟେଡ କିଙ୍ଗ୍‌ଡମ୍‌ (ୟୁକେ) ରେ ଜୁଲାଇ ୨୧ରୁ ଆରମ୍ଭ ହେଉଥିବା ଦି ହଣ୍ଡ୍ରେଡ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ସ୍ବଳ୍ପ ବୟସ୍କା ମହିଳା ବ୍ୟାଟ୍ସଓମ୍ୟାନ ଜେମିମା ରୋଡ୍ରିଗୁଏଜ୍‌ ନର୍ଦ୍ଦର୍ନ ସୁପର ଚାର୍ଜର୍ସ ତରଫରୁ ଖେଳିବେ। ଏହି ୧୦୦-ବଲ୍‌ ଇଭେଣ୍ଟ ୮ଟି ପୁରୁଷ ଓ ମହିଳା ଦଳକୁ ନେଇ ଖେଳାଯିବ। ଏଥିରେ ଅଂଶଗ୍ରହଣ କରୁଥିବା ଅନ୍ୟ ଭାରତୀୟ ମହିଳା କ୍ରିକେଟରମାନେ ହେଲେ ଜେମିମାଙ୍କ ଟି୨୦ ଅଧିନାୟିକା ହରମନପ୍ରୀତ କୌର, ଉପଅଧିନାୟିକା ସ୍ମୃତି ମାନ୍ଧନା ଓ ଅଲରାଉଣ୍ଡର ଦୀପ୍ତି ଶର୍ମା। ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ଦ୍ୱାରା ଆୟୋଜିତ ‘ଦି ହଣ୍ଡ୍ରେଡ୍‌’ ଏକ ଭିନ୍ନ ଧରଣର ଟୁର୍ନାମେଣ୍ଟ ହୋଇଥିବାରୁ ଏଥିରେ ଖେଳିବା ଲାଗି ତାଙ୍କର ଉତ୍କଣ୍ଠା ରହିଥିବା ଜେମିମା ପ୍ରକାଶ କରିଛନ୍ତି। ଜେମିମା ପୂର୍ବରୁ ୟର୍କଶାୟାର ଡାଇମଣ୍ଡ୍ସ ଏବଂ ତାଙ୍କ ଟିମ୍‌ ନର୍ଦ୍ଦର୍ନ ସୁପରଚାର୍ଜର୍ସ ତରଫରୁ ଖେଳିଛନ୍ତି। ଲରେନ ଓ୍ବିନଫିଲ୍ଡ ତାଙ୍କର ଅଧିନାୟିକା ରହିଛନ୍ତି। ଇଂଲଣ୍ଡ ଟୁର୍‌ ପାଇଁ ଘୋଷଣା କରାଯାଇଥିବା ଭାରତୀୟ ମହିଳା କ୍ରିକେଟ ଦଳରେ ଜେମିମାଙ୍କୁ ସ୍ଥାନ ମିଳିଛି। ଜୁନ୍‌ ୧୬ରୁ ବ୍ରିଷ୍ଟଲଠାରେ ଇଂଲଣ୍ଡ ବିପକ୍ଷରେ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳାଯିବ। ପରେ ୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ସମାନ ସଂଖ୍ୟକ ଟି୨୦ ଖେଳାଯିବ। ଇଂଲଣ୍ଡ ଟୁର୍‌ ପୂର୍ବରୁ ଭାରତର ଉଭୟ ମହିଳା ଓ ପୁରୁଷ କ୍ରିକେଟ ଦଳ ଏଠାରେ ୧୪ ଦିନିଆ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଇଂଲଣ୍ଡର ବିଶ୍ୱକପ୍‌ ବିଜୟିନୀ ଲରେନ୍‌ ଓ୍ବିନ୍‌ଫିଲ୍ଡ ହିଲ୍‌ଙ୍କ ନେତୃତ୍ୱାଧୀନ ନର୍ଦ୍ଦର୍ନ ସୁପର ଚାର୍ଜର୍ସ ଦଳରେ ଅଷ୍ଟ୍ରେଲିଆର ଷ୍ଟାର କ୍ରିକେଟର ଆଲିସା ହିଲି ରହିଛନ୍ତି। ଜେମିମା, କୌର, ମାନ୍ଧନା ଓ ଶର୍ମା ମଧ୍ୟ ଏହି ଦଳର ସଦସ୍ୟା ରହିଛନ୍ତି। କୋଭିଡ୍‌ ଯୋଗୁ ଗତବର୍ଷ ଦି ହଣ୍ଡ୍ରେଡ୍‌ ଟୁର୍ନାମେଣ୍ଟକୁ ସ୍ଥଗିତ ରଖାଯାଇଥିଲା। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ ଜୁଲାଇ ୨୧ରେ ଲଣ୍ଡନଠାରେ ଓଭାଲ ଇନ୍‌ଭିନ୍‌ସିବଲ୍ସ ଓ ମାଞ୍ଚେଷ୍ଟର ଓରିଜିନାଲ୍ସ ମଧ୍ୟରେ ଖେଳାଯିବ।

The post ଜେମିମା ଖେଳିବେ ଦି ହଣ୍ଡ୍ରେଡ୍‌ ଟୁର୍ନାମେଣ୍ଟ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଦିନ କେଇଟାରେ ବଦଳିଗଲା ଭାଗ୍ୟ: ରେଷ୍ଟୁରାଣ୍ଟ ପାଲଟିଲା ‘ବାବା କା ଢ଼ାବା’

ଆଜିର ଅତ୍ୟାଧୁନିକ ଯୁଗରେ ସବୁଠାରୁ ବଡ଼ ଅସ୍ତ୍ର ପାଲଟିଛି ସୋସିଆଲ ମିଡିଆ। ଅନେକ ଏଥିଯୋଗୁ ରାତାରାତି ଷ୍ଟାର ପାଲଟୁଥିବା ବେଳେ ଏହା ଅନେକଙ୍କ ଜୀବନ ବଦଳାଇ ଦେଉଛି। କିଛିଦିନ ତଳେ ଏହି ସୋସିଆଲ ମିଡିଆରେ ଏକ ଢ଼ାବା ବେଶ୍‌ ଭାଇରାଲ ହୋଇଥିଲା,ଯାହାର ନାମ ଥିଲା ‘ବାବା କା ଢ଼ାବା’। ଏବେ ଏହା ରେଷ୍ଟୁରାଣ୍ଟରେ ପରିଣତ ହୋଇଛି। ୮୦ ବର୍ଷୀୟ ମାଲିକ କାନ୍ତା ପ୍ରସାଦ ନିଜ ପୁରୁଣା ଦୋକାନ ପାଖରେ ନୂଆ ରେଷ୍ଟୁରାଣ୍ଟ ଖୋଲି ସେଠାରେ ବସୁଛନ୍ତି। ତାଙ୍କ ଖାଇବାକୁ ପସନ୍ଦ କରୁଥିବା ଲୋକେ ମଧ୍ୟ ରେଷ୍ଟୁରାଣ୍ଟରେ ଭିଡ ଜମାଇବା ଆରମ୍ଭ କରିଛନ୍ତି। ଦିଲ୍ଲୀର ମାଲବୀୟ ନଗରରେ କାନ୍ତା ପ୍ରସାଦଙ୍କ ଛୋଟିଆ ଢାବା ଥିଲା। ମାର୍ଚ୍ଚରେ ଲକ୍‌ଡାଉନ୍‌ ଯୋଗୁ ଢ଼ାବାଟି ବେଶ୍‌ ପ୍ରଭାବିତ ହୋଇଥିଲା। ଫଳରେ ପରିବାରର ଗୁଜରାଣ ମେଣ୍ଟାଇବା କାନ୍ତାଙ୍କ ପକ୍ଷେ ସମ୍ଭବ ହେଉ ନ ଥିଲା। ପରେ ଜଣେ ବ୍ୟବହାରକାରୀ କାନ୍ତାଙ୍କ ଢ଼ାବାର ଏକ ଭିଡିଓ ଅପ୍‌ଲୋଡ୍‌ କରିଥିଲେ। ଭିଡିଓରେ ନିଜର ଦୁଃଖକାହାଣୀ କହିଥିଲେ କାନ୍ତା। ଏହା ଅନେକଙ୍କୁ ଭାବବିହ୍ବଳ କରିଥିବା ବେଳେ ଶହ ଶହ ସଂଖ୍ୟାରେ ଲୋକେ ତାଙ୍କ ଢ଼ାବାରେ ଭିଡ ଜମାଇବା ଆରମ୍ଭ କରିଥିଲେ। ଏବେ କାନ୍ତାଙ୍କ ନୂଆ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କ ବସିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି। ପୁରୁଣା ଢ଼ାବା ଭଳି କାନ୍ତାଙ୍କ ସ୍ତ୍ରୀ ବାଦାମୀ ଦେବୀ ରେଷ୍ଟୁରାଣ୍ଟରେ ମଧ୍ୟ ଖାଇବା ରେଷେଇ କରିବେ। ଅନ୍ୟ କର୍ମଚାରୀ ତାଙ୍କ ସାହାଯ...