Skip to main content

ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ):କୋଭିଡ୍‌ ମହାମାରୀ ସମୟରେ ମେଡିକାଲରେ ବେଡ୍‌ ପାଇବାକୁ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏପରିସ୍ଥିତିରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଗୁରୁତର ଅଣକୋଭିଡ୍‌ ରୋଗୀଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରିବାକୁ ଅନୁମତି ଦିଆ ନ ଯାଇ ଅନ୍ୟତ୍ର ନେବାକୁ କୁହାଯାଉଥିବା ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ଏମ୍‌ସ ଭଳି ଜାତୀୟସ୍ତରୀୟ ଚିକିତ୍ସାଳୟରେ ରୋଗୀଙ୍କ ସ୍ବାସ୍ଥ୍ୟ, ସମ୍ମାନ ଓ ମାନବାଧିକାର କ୍ଷୁଣ୍ଣ ହେଉଛି। କୋଭିଡ-୧୯ ମହାମାରୀ ସମୟରେ ଏମ୍‌ସର ଆଉଟ୍‌ଡୋର ବନ୍ଦ କରାଯାଇଛି। ଏଥିସହିତ ଏଠାକୁ ଆସୁଥିବା ଗୁରୁତର ଅଣ-କୋଭିଡ୍‌ ରୋଗୀଙ୍କୁ ଭେଣ୍ଟିଲେଟର ସହିତ ଆଇସିୟୁ ବେଡ୍‌ ପ୍ରଦାନ କରିବାକୁ ମନା କରାଯାଇ ଅନ୍ୟତ୍ର ପଠାଯାଉଛି। ରୋଗୀଙ୍କୁ ଭର୍ତ୍ତି କରାଗଲେ ମଧ୍ୟ ଓ୍ବାର୍ଡ ମିଳିବାକୁ ୨ରୁ ୩ଦିନ ଲାଗିଯାଉଛି। ଫଳରେ କେତେଜଣ ରୋଗୀ ଘରୋଇ ମେଡିକାଲକୁ ଯାଇ ଶୋଷଣର ଶିକାର ହେଉଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ସମାଧାନ କରାଯିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରଦୀପ୍ତ କମିଶନଙ୍କୁ ନିବେଦନ କରିଛନ୍ତି।

The post ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...