Skip to main content

ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ କିନ୍ନର

ଭୁବନେଶ୍ୱର,୩୦।୬(ବ୍ୟୁରୋ):କରୋନା କଟକଣା ଭିତରେ ଓଡ଼ିଶାରୁ ଟ୍ରେନ୍‌ରେ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ। ଏହି କାରବାରରେ ସମ୍ପୃକ୍ତ ହେଉଛନ୍ତି କିନ୍ନର। ସୋମବାର ଗୁଜରାଟର ସୁରଟକୁ ଚାଲାଣବେଳେ ଆର୍‌ପିଏଫ୍‌ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ଭୁବନେଶ୍ୱର ରେଳ ଷ୍ଟେଶନରେ ଚଢାଉ କରି ଦୁଇ ଚାଲାଣକାରୀ କିନ୍ନରଙ୍କୁ ଗିରଫ କରିଛି। ସେମାନେ ହେଲେ ଗଞ୍ଜାମ ଜିଲା ବେଗୁନିଆପଡା ଥାନା ଖଞ୍ଚଣା ଗ୍ରାମର ଲକ୍ଷ୍ମୀଧର ମହାନ୍ତି ଓରଫ ଲିଜା(୨୫) ଓ ବସନ୍ତ ସ୍ବାଇଁ(୩୪)। ସେମାନଙ୍କଠାରୁ ୧୫ କେଜି ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ଦେଢ ଲକ୍ଷ ଟଙ୍କା ହେବ। ଅଭିଯୁକ୍ତଙ୍କୁ ହସ୍ତାନ୍ତର ପରେ ଜିଆର୍‌ପି ଥାନାରେ ମାମଲା(୪୬/୨୧) ରୁଜୁ ହୋଇଛି। ଏଥିରେ ଆଉ କେଉଁମାନଙ୍କର ସମ୍ପୃକ୍ତି ରହିଛି ସେନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି।
ପୋଲିସ ସୂଚନା ଅନୁଯାୟୀ, କିନ୍ନର ଲିଜା ଓ ବସନ୍ତ ଦୁଇବର୍ଷ ତଳେ ଟ୍ରେନରେ ବୁଲି ଯାତ୍ରୀଙ୍କଠାରୁ ଟଙ୍କା ମାଗୁଥିଲେ। ଏହାପରେ ସେମାନେ ବିଭିନ୍ନ ବିବାହ ଉତ୍ସବରେ ନୃତ୍ୟ ପରିବେଷଣ କରି ରୋଜଗାର କରୁଥିଲେ। ତେବେ କେବେଠୁ ଓ କାହା ଦ୍ୱାରା ଗଞ୍ଜେଇ କାରବାରରେ ସାମିଲ ହୋଇଛନ୍ତି ସେନେଇ ପଚରାଉଚରା ଚାଲିଛି। ସୁରଟରେ ରହୁଥିବା ଓଡିଆ ଶ୍ରମିକଙ୍କ ପାଇଁ ସେମାନେ ଏହି ଗଞ୍ଜେଇ ଚାଲାଣ କରୁଥିଲେ ବୋଲି ସେମାନେ କହିଛନ୍ତି। ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ଲିଜା ଓ ବସନ୍ତ ଖୋର୍ଦ୍ଧା ଜିଲା ବାଲୁଗାଁରୁ ପ୍ରଶାନ୍ତି ଏକ୍ସପ୍ରେସରେ ଚଢି ଭୁବନେଶ୍ୱରରେ ୬ଟା ୩୦ରେ ପହଞ୍ଚତ୍ଥିଲେ। ସେମାନେ ଗାନ୍ଧୀଧାମ ଏକ୍ସପ୍ରେସରେ ସୁରଟ ଯିବା ପାଇଁ ଷ୍ଟେଶନରେ ଅପେକ୍ଷା କରିଥିଲେ। ଗଞ୍ଜେଇ ଚାଲାଣ ସଂକ୍ରାନ୍ତରେ ସୂଚନା ପାଇବା ପରେ ଆରପିଏଫ୍‌ ଏବଂ କ୍ରାଇମବ୍ରାଞ୍ଚ ଟ୍ରେନ୍‌ ଓ ଷ୍ଟେଶନ ପରିସରକୁ ତନ୍ନତନ୍ନ କରି ଯାଞ୍ଚ କରି ବହୁ ସମୟ ପରେ ଏକ ଲଗେଜରୁ ଗଞ୍ଜେଇ ଠାବ କରିଥିଲେ।

The post ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ କିନ୍ନର appeared first on Dharitri Odia News.



Popular posts from this blog

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା ଦିଗରେ ବର୍ତ୍ତମାନ କଷ୍ଟକର ହେଉଛି। ମହାରାଷ୍ଟ୍ର ଏବଂ ଗୁଜରାଟ ଭଳି ବଡ ବଡ ରାଜ୍ୟକୁ ବାଦ୍‌ ଦେଲେ ଅଧିକାଂଶ ରାଜ୍ୟଗୁଡ଼ିକର ଆୟ କେନ୍ଦ୍ରଠାରୁ ମିଳୁଥିବା ଜିଏସ୍‌ଟି ଉପରେ ନିର୍ଭର କରିଥାଏ। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ଆଦାୟ ଉପରେ ନକାରାତ୍ମକ ପ୍ରଭାବ ପଡିଛି। ଏଭଳି ସ୍ଥିତିରେ କେନ୍ଦ୍ର ସମ୍ପୂର୍ଣ୍ଣ ହାତ ଟେକି ଦେଇଥିବା ଜଣାପଡିଛି। କେନ୍ଦ୍ର ଚାହୁଁଛି ଯେ, ରାଜ୍ୟଗୁଡ଼ିକ ବଜାରରୁ ଋଣ ଉଠାନ୍ତୁ। ରାଜସ୍ବ ମାମଲାରେ ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଇନଗତ ଲଢ଼େଇ ଆରମ୍ଭ ହୋଇଯାଇଛି। ବଜାରରୁ ଋଣ ଉଠାଇବା ଲାଗି ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ଦେଇଛନ୍ତି କେରଳ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ତାକୁ ବିରୋଧ କରୁଛନ୍ତି। କେନ୍ଦ୍ର ନିଜର ଦାୟିତ୍ୱକୁ ଠିକ୍‌ ଭାବେ ନିର୍ବାହ କରୁ ବୋଲି ରାଜ୍ୟଗୁଡିକ ଯୁକ୍ତି ବାଢିଛନ୍ତି। କେନ୍ଦ୍ର ବଜାରରୁ ଋଣ କରୁ ଏବଂ ରାଜ୍ୟଗୁଡିକ ଯେଉଁ ରାଜସ୍ବରେ ଯେଉଁ କ୍ଷତି ସହୁଛନ୍ତି ତା’ର ଭରଣା କରୁ ବୋଲି ରାଜ୍ୟଗୁଡିକ ଯୁକ୍ତିରେ କହିଛନ୍ତି। ୨୦୧୭ରେ ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ସମୟରେ କେନ୍ଦ୍ର ସରକାର କହିଥିଲେ ଯେ, ରାଜ୍ୟଗୁଡ଼ିକର ରାଜସ୍ବ ହ୍ରାସକୁ କେନ୍ଦ୍ର ଭରଣା କରିବ। ଆଗାମୀ ୫ ବର୍ଷ ଯାଏ ଏଭଳି ...

ଅକ୍ଟୋବର ୫ରେ ମୋରାଟୋରିୟମ ମାମଲାର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ଋଣ ମୋରାଟୋରିୟମ ସୁବିଧା ବଢ଼ାଇବା ଏବଂ ଋଣ କିସ୍ତିର ସୁଧ ଉପରେ ସୁଧ ଲାଗୁ ମାମଲାର ସୁପ୍ରିମକୋର୍ଟ ପୁଣି ଥରେ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ସରକାର ଏହି ପ୍ରସଙ୍ଗ ଉପରେ ବିଚାର କରୁଛନ୍ତି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଏ ପ୍ରସଙ୍ଗରେ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ନେବା ସମ୍ଭାବନା ରହିଛି। ଏ ନେଇ ଗୁରୁବାର ସୁଦ୍ଧା ସରକାର ସ୍ପଷ୍ଟ କରିବାକୁ ପ୍ରୟାସ କରିବେ। ଅକ୍ଟୋବର ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି। ଏହି ମାମଲାର ଶୁଣାଣି ଶୀଘ୍ର କରିବାକୁ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାଜୀବ ଦତ୍ତା ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ନିବେଦନ କରିଛନ୍ତି। ଜଷ୍ଟିସ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଶୁଣାଣି ସମୟରେ ସଲିସିଟର ଜେନେରାଲ ନ୍ୟାୟାଳୟଙ୍କୁ କହିଛନ୍ତି, ଏହି ପ୍ରସଙ୍ଗରେ କିଛି ଆର୍ଥତ୍କ ମାମଲା ଜଡିତ ରହିଛି। ପ୍ରସଙ୍ଗଗୁଡିକୁ ବିଚାରକରିବା ଲାଗି ସମୟର ଆବଶ୍ୟକତା ରହିଛି। ଅକ୍ଟୋବର ପହିଲାରେ ମୋରାଟୋରିୟମ ମାମଲାର ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୩ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ କହିଥିଲେ, ଋଣ କିସ୍ତି ପ୍ରଦାନ କରିବାକୁ ସକ୍ଷମ ହେଉ ନ ଥିବା ଆକାଉଣ୍ଟଗୁଡିକୁ ଆଗାମୀ ୨ ମାସ ଯାଏ ଏନ୍‌ପିଏ ଘୋଷଣା କରା ନ ଯାଉ। ସୋମବାର ହୋଇଥିବା ଶୁଣାଣିରେ ...