ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୯ ଶହରୁ କମ୍ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ି ୪୫ ହଜାର ୯୫୧ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୮୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୬୦ ହଜାର ୭୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୬. ୯୨ ପ୍ରତିଶତ ରହିଛି। ଅପରପକ୍ଷରେ ୫ ଲକ୍ଷ ୩୭ ହଜାର ୬୪ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୮ ହଜାର ୪୫୪ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୩ କୋଟି ୨୮ ଲକ୍ଷ ୫୪ ହଜାର ୫୨୭ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୦ କୋଟି ୮୧ ଲକ୍ଷ ୩୯ ହଜାର ୨୮୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍ଆର ପକ୍ଷରୁ କୁହାଯାଇଛି।
The post ଦୈନିକ ମୃତ୍ୟୁ ସଂଖ୍ୟା କମିଲା, ପୁଣି ବଢ଼ିଲେ ନୂଆ ଆକ୍ରାନ୍ତ … appeared first on Dharitri Odia News.