Skip to main content

ଜିସିଇ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର,୨ା୭:କେନ୍ଦୁଝରସ୍ଥିତ ଗଭର୍ନମେଣ୍ଟ କଲେଜ ଅଫ୍‌ ଇଞ୍ଜିନିୟରିଂ(ଜିସିଇ)କୁ ରାଜ୍ୟ ସରକାର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ବା ଉତ୍କର୍ଷ କେନ୍ଦ୍ର ଭାବେ ଗଢ଼ି ତୋଳିବେ। ମାଇନିଂ, ମେଟାଲର୍ଜି ଆଣ୍ଡ୍‌ ମିନେରାଲ୍ସ କ୍ଷେତ୍ରରେ ଏଠାରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ (ସିଓଇ) ସ୍ଥାପନ କରାଯିବାକୁ ଯୋଜନା ରଖାଯାଇଛି। ଭୂତତ୍ତ୍ୱ ବିଜ୍ଞାନ ଏବଂ ପ୍ରଯୁକ୍ତି କ୍ଷେତ୍ରରେ ଗବେଷଣା ଲାଗି ଏହା ଯୋଗଦାନ ରଖିବ। ରାଜ୍ୟରେ ମାଇନିଂ ଏବଂ ମେଟାଲର୍ଜି ଭଳି କ୍ଷେତ୍ରରେ ଗବେଷଣା ଏବଂ ଦକ୍ଷତା ବିକାଶ ଦିଗରେ ଏହା ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି କୁହାଯାଉଛି। ଲୋକସେବା ଭବନରେ ଏ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ହୋଇଯାଇଛି। ଦକ୍ଷତା ବିକାଶ ଏବଂ ଟେକ୍ନିକାଲ ଏଜୁକେଶନ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଏହି ପ୍ରସ୍ତାବ ଉପରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏଥିପାଇଁ ଇକୋସିଷ୍ଟମ ପ୍ରସ୍ତୁତ କରିବା ସହ ପ୍ରତିଭାଧାରୀ ବ୍ୟକ୍ତିବିଶେଷଙ୍କୁ ଆକୃଷ୍ଟ କରିବାକୁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।
ଓଡ଼ିଶାରେ ଖଣି କ୍ଷେତ୍ରରେ ସମ୍ଭାବନା ଥିବାରୁ ଆଇଏସ୍‌ଏମ୍‌, ଧାନବାଦ ଭଳି ପ୍ରତିଷ୍ଠାନ ରାଜ୍ୟରେ ସ୍ଥାପନ କରିବା ଲାଗି ମହାପାତ୍ର ଗୁରୁତ୍ୱାରୋପ କରିଛନ୍ତି। ସାରା ବିଶ୍ୱର ପ୍ରତିଭାମାନେ ଯେଭଳି ଏହି ଅନୁଷ୍ଠାନ ପ୍ରତି ଆକୃଷ୍ଟ ହେବେ ସେ ନେଇ ଆନୁଷଙ୍ଗିକ ଭିତ୍ତିଭୂମି ଏବଂ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଖଣି, ଇଞ୍ଜିନିୟରିଂ ଏବଂ ଜିଓ ଫିଜିକ୍ସରେ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଆମାନଙ୍କୁ ଏଠାରେ କାମ କରିବାର ସୁଯୋଗ ମିଳିବ। ପ୍ରତିଷ୍ଠାନ ସ୍ଥାପନ ଲାଗି ଏକ ବିସ୍ତୃତ ପ୍ରସ୍ତାବ ପ୍ରସ୍ତୁତ କରିବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ ସରକାର ପ୍ରସ୍ତାବକୁ ଆବଶ୍ୟକ ମଞ୍ଜୁରୀ ପ୍ରଦାନ କରିବେ।
ଏଠାରେ ଏକ ସ୍ବତନ୍ତ୍ର ଜିଓଲୋଜି ଡିଭିଜନ ରଖିବା ସହ ଏଠାରେ ଆପ୍ଲାଏଡ୍‌ ଜିଓଲୋଜି, ଜିଓ ଫିଜିକ୍ସ ଏବଂ ଜିଓ ଇଞ୍ଜିନିୟରିଂରେ ୫ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ପାଠ୍ୟକ୍ରମ ରଖିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ପରାମର୍ଶ ଦେଇଛନ୍ତି। ଗବେଷଣା ଏବଂ ଉନ୍ନତୀକରଣ କାର୍ଯ୍ୟକୁ ଉତ୍ସାହିତ କରିବା ଲାଗି ଏକ ଦୃଢ଼ କର୍ପସ ପାଣ୍ଠି ଗଠନ ନେଇ ମଧ୍ୟ ସେ ଗୁରୁତ୍ୱାରୋପ କରିଛନ୍ତି।
ଜିସିଇରେ ନୂଆ ବ୍ୟବସ୍ଥା ଲାଗି ୪୨.୫୦ କୋଟି ଖର୍ଚ୍ଚ କରିବା ପାଇଁ ଆକଳନ କରାଯାଇଛି। ଏଠାରେ ରକ୍‌ ମେକାନିକ୍ସ, ରକ୍‌ ଏକ୍ସାଭେସନ, ମିନେରାଲ ପ୍ରୋସେସିଂ, ଏକ୍ସଟ୍ରାକ୍ଟିଭ ମେଟାଲର୍ଜି, ମ୍ୟାଟେରିଆଲ ଟେଷ୍ଟିଂ, କ୍ୟାରେକ୍ଟରାଇଜେଶନ, ଜିଓଲୋଜି, ଏନ୍‌ଭାରମେଣ୍ଟାଲ ଇଞ୍ଜିନିୟରିଂ, ମାଇନିଂ ପ୍ଲାନିଂ ଏବଂ ଡିଜାଇନ ଭଳି କ୍ଷେତ୍ରରେ ଆଡଭାନ୍ସ ଡିଭିଜନ ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। କାର୍ଯ୍ୟକ୍ରମରେ ଜିସିଇ ଅଧ୍ୟକ୍ଷ ପ୍ରଫେସର ଡି.ଡି. ମିଶ୍ର, ଟେକ୍ନିକାଲ ଏଜୁକେଶନ ନିର୍ଦ୍ଦେଶକ ରେଘୁ ଜି., କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ, ଦକ୍ଷତା ବିକାଶ ଅତିରିକ୍ତ ସଚିବ ଅଜୟ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

The post ଜିସିଇ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ...