Skip to main content

ଜାବିରଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

କୋଚି, ୨।୭(ପି.ଟି.)-ଭାରତୀୟ ନେଭିର ତାରକା ଆଥ୍‌ଲେଟ ଏମ୍‌.ପି. ଜାବିର ଟୋକିଓ ଅଲିମ୍ପିକ୍ସର ୪୦୦ ମିଟର ହର୍ଡଲ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ପଟିଆଲା ନିକଟରେ ଅନୁଷ୍ଠିତ ଆନ୍ତଃରାଜ୍ୟ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ସେ ୪୯.୭୮ ସେକେଣ୍ଡ ସମୟ ନେବା ସହ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହା ଅଲିମ୍ପିକ୍ସ ଯୋଗ୍ୟତା ଟାଇମିଂ ହୋଇ ନ ଥିଲେ ହେଁ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ କୋଟାରେ ଜାବିରଙ୍କୁ ଟୋକିଓ ଟିକେଟ ମିଳିଛି। ଟାଇମିଂ ଅନୁସାରେ ଆଥ୍‌ଲେଟମାନେ ଯୋଗ୍ୟତା ଅର୍ଜନ କରିବା ପରେ ଆହୁରି ୧୪ଟି ସ୍ଥାନ ଖାଲି ପଡ଼ିଥିଲା। ୨୫ ବର୍ଷୀୟ ନାଭାଲ ସେଲର କେରଳର ମାଲାପୁରମ ବାସିନ୍ଦା। ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ ରୋଡ୍‌ ରୁ ଅଲିମ୍ପିକ୍ସ ର଼୍ୟାଙ୍କିଙ୍ଗ୍‌ରେ ସେ ୩୪ତମ ସ୍ଥାନରେ ରହିଛନ୍ତି। ମୋଟ ୪୦ ଆଥ୍‌ଲେଟ ଅଲିମ୍ପିକ୍ସର ୪୦୦ ମିଟର ହର୍ଡଲ୍ସରେ ଭାଗନେବେ। ଭାରତର ପ୍ରଥମ ପୁରୁଷ ଆଥ୍‌ଲେଟ ଭାବେ ଜାବିର ଅଲିମ୍ପିକ୍ସର ୪୦୦ ମିଟର ହର୍ଡଲ୍ସରେ ଅଂଶଗ୍ରହଣ କରିବେ। କେରଳର କିମ୍ବଦନ୍ତୀ ଆଥ୍‌ଲେଟ ପି.ଟି. ଉଷା ଲସ ଏଞ୍ଜେଲ୍ସ ଅଲିମ୍ପିକ୍ସରେ ୪୦୦ ମିଟର ହର୍ଡଲ୍ସରେ ଭାଗ ନେଇଥିଲେ। ତେଣୁ କେରଳର ଦ୍ୱିତୀୟ ଆଥ୍‌ଲେଟ ଭାବେ ଏହି ଇଭେଣ୍ଟରେ ଜାବିର ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଜାବିର ଭାରତୀୟ ନେଭି ପକ୍ଷରୁ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରି ସଫଳତା ପାଇଛନ୍ତି।

The post ଜାବିରଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା appeared first on Dharitri Odia News.



Popular posts from this blog

ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ

କୁଆମରା, ୩୦।୪ (ଡି.ଏନ.ଏ.)-କର୍କଟ ରୋଗାକ୍ରାନ୍ତ ସ୍ତ୍ରୀଙ୍କୁ ଭଲ କରିବା ପାଇଁ ସ୍ବାମୀ ବାରଦୁଆର ବୁଲି ବୁଲି ଅର୍ଥ ଭିକ୍ଷା କରୁଛନ୍ତି। ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରି ନ ପାରି ସହାୟତା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ବ୍ୟକ୍ତିଙ୍କଠାରେ ହାତ ପାତିି ଆକୁଳ ନିବେଦନ କରୁଥିବା ଦେଖିବାକୁ ମିଳିଛି। ଏପରି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ସାଇଁକୁଳା ଗଡସାହି ଗ୍ରାମରେ। ଏହି ଗ୍ରାମର ପ୍ରଫୁଲ୍ଲ ଚନ୍ଦ୍ର ବେହେରାଙ୍କ ସ୍ତ୍ରୀ କଳ୍ପଲତା (୫୦) ଗତ ଜାନୁୟାରୀ ମାସରେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ସ୍ଥାନୀୟ ଡାକ୍ତରଖାନାରେ ମାସେ କାଳ ଚିକିତ୍ସିତ ହେବା ପରେ ରୋଗ ଉପସମ ହେଲା ନାହିଁ। ଫଳରେ ସେ ବାଲେଶ୍ୱର ଡାକ୍ତରଖାନା ଯାଇଥିଲେ। ସେଠାରେ କଳ୍ପଲତାଙ୍କ ପାଟିରେ ଘା’ ଦେଖି ଡାକ୍ତର କ୍ୟାନ୍ସର ବୋଲି କହିବା ପରେ ପ୍ରଫୁଲ୍ଲଙ୍କ ପାଦତଳୁ ମାଟି ଖସି ପଡ଼ିଥିଲା। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ କଳ୍ପଲତାଙ୍କୁ ନେଇ କଟକ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ୍‌କୁ ଯାଇଥିଲେ। ସେଠାରେ ୩ ଦିନ ରହି ଚିକିତ୍ସିତ ହୋଇଥିଲେ। ସେଠାରେ ଚିକିତ୍ସାରେ ଅବହେଳା କରାଯିବା ସହ ଅସ୍ତ୍ରୋପଚାର ପାଇଁ ଏକ ଘରୋଇ ହସ୍ପିଟାଲକୁ ପଠାଇ ଦିଆଯାଇଥିବା ପ୍ରଫୁଲ୍ଲ ଅଭିଯୋଗ କରିଛନ୍ତି। ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ପାଖରେ ସମ୍ବଳ ନ ଥିବାରୁ ଶେଷରେ କଳ୍ପଲତାଙ୍କୁ ଘରକୁ ଫେରାଇ ଆଣିଥିଲେ।...

ଚମକିଲେ ଜୁନିୟର ତେନ୍ଦୁଲକର, ଗୋଟିଏ ଓଭରରେ ମାରିଲେ ୫ ଛକା

ମୁମ୍ବାଇ,୧୫।୨: ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍‌ସିଏ) ଆନୁକୂଲ୍ୟରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ ଓ ବଲ୍‌ରେ ଦମ୍‌ଦାର ପ୍ରଦର୍ଶନ କରି ନିଜ ଦଳ ଏମ୍‌ଆଇଜି କ୍ରିକେଟ କ୍ଲବକୁ ବିଜୟୀ କରାଇଛନ୍ତି। ଏହି ମ୍ୟାଚ୍‌ରେ ଏମ୍‌ଆଇଜି ୧୯୪ ରନରେ ଇସ୍‌ଲାମ ଜିମ୍‌ଖାନ୍ନାକୁ ପରାସ୍ତ କରିଛି। ଅର୍ଜୁନ ଏହି ମ୍ୟାଚ୍‌ରେ ୩୧ ବଲରୁ ଦ୍ରୁତ ଅପରାଜିତ ୭୭ ରନ୍‌ କରିବା ସହ ୪୧ ରନ୍‌ ଦେଇ ମୂଲ୍ୟବାନ ୩ ଉଇକେଟ ଅକ୍ତିଆର କରିଥିଲେ। ୨୧ ବର୍ଷୀୟ ଅର୍ଜୁନ ତାଙ୍କ ଇନିଂସରେ ୫ଟି ଚୌକା ଓ ୮ଟି ଛକା ମାରିଥିଲେ। ଅଫ୍‌ ସ୍ପିନର ହସିର ଦାଫେଦାରଙ୍କ ଗୋଟିଏ ଓଭରରେ ସେ ୫ଟି ଛକା ମାରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏମ୍‌ଆଇଜି ପ୍ରଥମେ ବ୍ୟାଟିଂ କରି ୪୫ ଓଭରରେ ୭ ଉଇକେଟ ହରାଇ ୩୮୫ ରନ ସଂଗ୍ରହ କରିଥିଲା। ଜବାବରେ ଜିମ୍‌ଖାନା ୪୧.୫ ଓଭରରେ ୧୯୧ ରନ କରି ଅଲଆଉଟ ହୋଇଥିଲା। ବୋଲିଂରେ ବିଜୟୀ ଦଳ ତରଫରୁ ଅଙ୍କୁଶ ଜୟସ୍ବାଲ, ଶ୍ରେୟାସ ଗୌରବ ଓ ଅର୍ଜୁନ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। କିଛି ଦିନ ତଳେ ଅର୍ଜୁନ ମୁମ୍ବାଇ ତରଫରୁ ସୟଦ ମୁସ୍ତାକ ଅଲି ଟ୍ରଫିରେ ପଦାର୍ପଣ କରିଥିଲେ। ସେ ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପରବର୍ତ୍ତୀ ସଂସ୍କରଣ ପାଇଁ ଆୟୋଜନ ହେବାକୁ ...

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...